ଗ୍ରାମଦେବୀଙ୍କ ଆଶୀର୍ବାଦ ନେଇ କଂଗ୍ରେସ ପ୍ରାର୍ଥୀ କିଶୋରଙ୍କ ପ୍ରଚାର ଆରମ୍ଭ

ଝାରସୁଗୁଡ଼ା ଅଫିସ,୧୨।୫: ମେ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ବୁଧବାର ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି। ୧୨ ତାରିଖ ଗୁରୁବାର ନାମାଙ୍କନପତ୍ର ଯାଞ୍ଚ ଚାଲିଥିବା ବେଳେ ୧୭ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ରହିଛି । ହେଲେ ପ୍ରାର୍ଥୀମାନେ ନିର୍ବାଚନ ପ୍ରଚାର ପାଇଁ ଆଗେଇ ଆସିଛନ୍ତି। କଂଗ୍ରେସ ପ୍ରଥମେ ନିର୍ବାଚନ ପ୍ରଚାର ଆରମ୍ଭ କରିଛି। କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲ ସମର୍ଥକଙ୍କ ସହ ବ୍ରଜରାଜନଗର ଗଣ୍ଡଘୋରାସ୍ଥିତ ଗ୍ରାମଦେବୀ ମା’ମୂଳଗୁଡି ମନ୍ଦିରରେ ଗୁରୁବାର ପୂଜାର୍ଚ୍ଚନା କରି ଆଶୀର୍ବାଦ ଭିକ୍ଷା ସହ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି।

ନିର୍ବାଚନରେ କଂଗ୍ରେସ ଶତପ୍ରତିଶତ ବିଜୟୀ ହେବ ବୋଲି ପଟେଲ ଆଶା ରଖିଛନ୍ତି। ଏପରି କି କିଶୋର ଅଭିଜ୍ଞ ରାଜନୀତିଜ୍ଞ ହୋଇଥିବାରୁ ସେ ଉପ ନିର୍ବାଚନରେ ବିଜୟୀ ହେବେ ବୋଲି ଦଳ ଆଶା ରଖିଛି। ନିର୍ବାଚନ ପ୍ରଚାରର ପ୍ରଥମ ଦିନରେ ଦଳୀୟ ପ୍ରାର୍ଥୀ ପଟେଲଙ୍କ ସହ ବରିଷ୍ଠ ନେତା ମହେନ୍ଦ୍ର ନାଏକ, ଜିଲା ସାଧାରଣ ସମ୍ପାଦକ ଜୀବନ ସାର୍ଥକ ଦାସ, ବ୍ରଜରାଜନଗର ଟାଉନ ସଭାପତି ପ୍ରଫୁଲ ପଣ୍ଡା, ଯୁବ ସଭାପତି ଦେବେଶ ପଣ୍ଡା, ପ୍ରମୋଦ ପଣ୍ଡା, ଜିଲା ଓବିସି ସେଲ୍‌ ଅଧ୍ୟକ୍ଷ ସୁବ୍ରତ ପ୍ରଧାନ, ଲଖନପୁର ଟାଉନ ସଭାପତି ଲିଙ୍ଗରାଜ ବଢେଇ ପ୍ରମୁଖ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri