ଗ୍ରାମଦେବୀଙ୍କ ଆଶୀର୍ବାଦ ନେଇ କଂଗ୍ରେସ ପ୍ରାର୍ଥୀ କିଶୋରଙ୍କ ପ୍ରଚାର ଆରମ୍ଭ

ଝାରସୁଗୁଡ଼ା ଅଫିସ,୧୨।୫: ମେ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ବୁଧବାର ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି। ୧୨ ତାରିଖ ଗୁରୁବାର ନାମାଙ୍କନପତ୍ର ଯାଞ୍ଚ ଚାଲିଥିବା ବେଳେ ୧୭ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ରହିଛି । ହେଲେ ପ୍ରାର୍ଥୀମାନେ ନିର୍ବାଚନ ପ୍ରଚାର ପାଇଁ ଆଗେଇ ଆସିଛନ୍ତି। କଂଗ୍ରେସ ପ୍ରଥମେ ନିର୍ବାଚନ ପ୍ରଚାର ଆରମ୍ଭ କରିଛି। କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲ ସମର୍ଥକଙ୍କ ସହ ବ୍ରଜରାଜନଗର ଗଣ୍ଡଘୋରାସ୍ଥିତ ଗ୍ରାମଦେବୀ ମା’ମୂଳଗୁଡି ମନ୍ଦିରରେ ଗୁରୁବାର ପୂଜାର୍ଚ୍ଚନା କରି ଆଶୀର୍ବାଦ ଭିକ୍ଷା ସହ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି।

ନିର୍ବାଚନରେ କଂଗ୍ରେସ ଶତପ୍ରତିଶତ ବିଜୟୀ ହେବ ବୋଲି ପଟେଲ ଆଶା ରଖିଛନ୍ତି। ଏପରି କି କିଶୋର ଅଭିଜ୍ଞ ରାଜନୀତିଜ୍ଞ ହୋଇଥିବାରୁ ସେ ଉପ ନିର୍ବାଚନରେ ବିଜୟୀ ହେବେ ବୋଲି ଦଳ ଆଶା ରଖିଛି। ନିର୍ବାଚନ ପ୍ରଚାରର ପ୍ରଥମ ଦିନରେ ଦଳୀୟ ପ୍ରାର୍ଥୀ ପଟେଲଙ୍କ ସହ ବରିଷ୍ଠ ନେତା ମହେନ୍ଦ୍ର ନାଏକ, ଜିଲା ସାଧାରଣ ସମ୍ପାଦକ ଜୀବନ ସାର୍ଥକ ଦାସ, ବ୍ରଜରାଜନଗର ଟାଉନ ସଭାପତି ପ୍ରଫୁଲ ପଣ୍ଡା, ଯୁବ ସଭାପତି ଦେବେଶ ପଣ୍ଡା, ପ୍ରମୋଦ ପଣ୍ଡା, ଜିଲା ଓବିସି ସେଲ୍‌ ଅଧ୍ୟକ୍ଷ ସୁବ୍ରତ ପ୍ରଧାନ, ଲଖନପୁର ଟାଉନ ସଭାପତି ଲିଙ୍ଗରାଜ ବଢେଇ ପ୍ରମୁଖ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri