ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ଜିଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦ, କଂଗ୍ରେସ ନେତା ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା ପ୍ରମୁଖ ଉପସ୍ଥିତ ଥିଲେ।