Posted inଜାତୀୟ

ଭାଜପା ବିରୋଧରେ ଲଢ଼େଇ ପାଇଁ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରାର୍ଥୀ ହୋଇଛି: ଖାର୍ଗେ

ନୂଆଦିଲ୍ଲୀ,୧୦।୧୦: ଭାଜପା ଏବଂ ଆର୍‌ଏସ୍‌ଏସ୍‌ ବିରୋଧରେ ଲଢ଼େଇ ପାଇଁ ଏଆଇସିସି ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ରବିବାର କହିଛନ୍ତି। ଦେଶର ବର୍ତ୍ତମାନର ସ୍ଥିତି ଚିନ୍ତାଜନକ। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି), ଆୟକର ବିଭାଗ ଭଳି ସ୍ବୟଂକ୍ରିୟ ସଂସ୍ଥାଗୁଡ଼ିକ ଶାସକ ଭାଜପା ଦୁର୍ବଳ କରିସାରିଲାଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଯେଉଁଭଳି ରାଜନୀତି କରୁଛନ୍ତି, ସେଠାରେ ଗଣତନ୍ତ୍ରର ସ୍ଥାନ ନାହିଁ। ଦେଶର ସ୍ଥିତିକୁ ନଜରରେ ରଖି ଦଳୀୟ ନେତାମାନଙ୍କ ସୁପାରିସକ୍ରମେ ସେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢ଼ୁଥିବା ଖାର୍ଗେ କହିଛନ୍ତି। ଏଥିପାଇଁ ସେ ଦଳର ‘ଜଣେ ବ୍ୟକ୍ତି ଗୋଟିଏ ପଦବୀ’ ନୀତିକୁ ସମ୍ମାନ ଦେଇ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି। ଅକ୍ଟୋବର ୧୭ରେ ହେବାକୁ ଥିବା କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଖାର୍ଗେଙ୍କ ସହ ଅନ୍ୟତମ ବରିଷ୍ଠ ନେତା ଶଶୀ ଥରୁରଙ୍କ ପ୍ରତିଦ୍ୱନ୍ଦ୍ୱିତା ହେବ। ସମର୍ଥନ ଯୋଗାଡ଼ ଲାଗି ଖାର୍ଗେ ରବିବାର ଦିଲ୍ଲୀ କଂଗ୍ରେସ ପ୍ରତିନିଧିମାନଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri