Posted inଜାତୀୟ

୫ ରାଜ୍ୟରେ ଜିତିବାକୁ ଯୋଜନା, ଆଜି ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିପାରେ କଂଗ୍ରେସ

ନୂଆଦିଲ୍ଲୀ,୧୩।୧୦: ଦେଶର ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ, ମିଜୋରାମ ଏବଂ ତେଲଙ୍ଗାନାରେ ମତଦାନ ଅନୁଷ୍ଠିତ ହେବ। ଅନେକ ରାଜ୍ୟରେ ଏହି ମୁକାବିଲା ଭାଜପା ବନାମ କଂଗ୍ରେସ ମଧ୍ୟରେ ହେବାକୁ ଥିବା ବେଳେ କେତେକ ସ୍ଥାନରେ ତ୍ରିକୋଣୀୟ ମୁକାବିଲା ହେବାକୁ ଯାଉଛି। ସମସ୍ତ ଦଳ ବିଭିନ୍ନ ରାଜ୍ୟ ପାଇଁ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିବା ଆରମ୍ଭ କରିଛନ୍ତି। ତେବେ କଂଗ୍ରେସ ଏ ପର୍ଯ୍ୟନ୍ତ ତାହା କରିନାହିଁ।

ଏଥି ସହିତ ଶୁକ୍ରବାର ୫ ରାଜ୍ୟରେ ଆୟୋଜିତ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା କଂଗ୍ରେସ ପ୍ରକାଶ କରିପାରେ ବୋଲି ଆଶା କରାଯାଉଛି। ଛତିଶଗଡ ଏବଂ ମିଜୋରାମ ପାଇଁ ପ୍ରାର୍ଥୀଙ୍କ ନାମ ପ୍ରଥମେ ଘୋଷଣା କରାଯାଇପାରେ। ଏହାର କାରଣ ହେଉଛି ଗୁରୁବାର କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ଛତିଶଗଡ ଏବଂ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ଉପରେ ଆଲୋଚନା କରିଛି।

ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ପାଇଁ ମଧ୍ୟ ଅତି କମରେ ୧୦୦ ଆସନରେ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିପାରେ। ଏଥିରେ କିଛି ପ୍ରତିଷ୍ଠିତ ଚେହେରାଙ୍କୁ ଟିକେଟ ଦିଆଯାଇପାରେ। ଗୁରୁବାର ଅନୁଷ୍ଠିତ ସିଇସି ବୈଠକରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଏବଂ ଅନ୍ୟ ବରିଷ୍ଠ ନେତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?