ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ ଦଳ ପ୍ରାର୍ଥୀ ପରିବର୍ତ୍ତନ କରିଛି। ବାରିପଦାରେ ବାଦଲ ହେମ୍ବ୍ରମଙ୍କୁ ଦଳ ପ୍ରଥମେ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ପରିବର୍ତ୍ତନ କରି ତାଙ୍କ ସ୍ଥାନରେ ପ୍ରମୋଦ କୁମାର ହେମ୍ବ୍ରମଙ୍କୁ ଦଳ ପ୍ରାର୍ଥୀ କରିଛି। ସେହିପରି ଖଣ୍ଡପଡ଼ାରେ ମନୋଜ କୁମାର ପ୍ରଧାନଙ୍କୁ ବଦଳାଇ ନିକଟରେ ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଇଥିବା ବୈଜୟନ୍ତିମାଳା ମହାନ୍ତିଙ୍କୁ ପ୍ରାର୍ଥୀ କରିଛି। ଚଳିତ ଥର କଟକ-ବାରବାଟୀରେ ବିଧାୟକ ମହମ୍ମଦ ମୋକିମ ନିର୍ବାଚନ ଲଢୁନାହାନ୍ତି। ତେଣୁ କିଛିଦିନ ତଳେ ତାଙ୍କ ସମର୍ଥକମାନେ ତାଙ୍କ ଝିଅ ସୋଫିଆ ଫିରଦୋସଙ୍କୁ ପ୍ରାର୍ଥୀ କରିବା ପାଇଁ ସ୍ଥିର କରିଥିଲେ। ସେହି ଅନୁଯାୟୀ କଂଗ୍ରେସ ସୋଫିଆଙ୍କୁ କଟକ-ବାରବାଟୀ ଆସନରୁ ପ୍ରାର୍ଥୀ କରିଛି। ସେହିପରି ଜଳେଶ୍ୱରରେ ଦେବୀ ପ୍ରସାଦ ଚାନ୍ଦ, ବାଲେଶ୍ୱରରେ ମୋନାଲିସା ଲେଙ୍କା, ବଡଚଣାରେ ଅଜୟ ସାମଲ, ପାଲଲହଡାରେ ଫକୀର ସାମଲ ଏବଂ ଜଗତସିଂହପୁରରେ ପ୍ରତିମା ମଲିକଙ୍କୁ ଦଳ ପ୍ରାର୍ଥୀ କରିଛି।
ତେବେ ଏଥିରେ ସମ୍ବଲପୁର ପାଇଁ ଏବଂ କଟକ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ସମ୍ବଲପୁର ଲୋକ ସଭା ଆସନ ପାଇଁ ଦଳ ପୂର୍ବରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ତାଙ୍କୁ ବଦଳାଇ ଦିଆଯାଇଛି। ନିକଟରେ ବିଜେଡି ଛାଡି ଆସି କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ଏମ୍‌ପି ନଗେନ୍ଦ୍ର ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି। ଦୁଲାଲଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ କଟକ ଆସନରେ ଦଳ ସୁରେଶ ମହାପାତ୍ରଙ୍କୁ ଟିକେଟ ଦେଇଛି। ଏହାଦ୍ୱାରା କଂଗ୍ରେସ ରାଜ୍ୟର ସମସ୍ତ ୨୧ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ଶେଷ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri