Posted inଜାତୀୟ

‘ପ୍ରଧାନମନ୍ତ୍ରୀ ମୋଦି ବିଷଧର ସାପ ଭଳି, ଯଦି ଆପଣ…’, କଂଗ୍ରେସ ଅଧ୍ୟକ୍ଷଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୨୭।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିଷଧର ସର୍ପ’ ଭଳି, ଆପଣ ଭାବୁ୍‌ଥିବେ ଏହା ବିଷ ନା ନାହିଁ, ଯଦି ଆପଣ ଏହାକୁ ଚାଟିଦେବେ, ତେବେ ଆପଣଙ୍କର ମୃତ୍ୟୁ ହେବ…।

କର୍ନାଟକରେ ମେ ୧୦ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସର ନିର୍ବାଚନ ପ୍ରଚାର ଅଭିଯାନରେ କଲବୁର୍ଗିରେ ଗୁରୁବାର ଜନତାଙ୍କୁ ସମ୍ବୋଧନ ଦେବା ଅବସରରେ ଖାର୍ଗେ ମୋଦିଙ୍କୁ ନେଇ ଏମିତି ବିବାଦୀୟ ବୟାନ ଦେଇଛନ୍ତି।
ଖାର୍ଗେଙ୍କ ଏହି ବୟାନର ଭିଡିଓକୁ ଭାଜପା ନେତା ଅମିତ ମାଲବିୟ ଟୁଇଟ କରିଛନ୍ତି ଓ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଏବେ କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ବିଷଧର ସାପ’ ବୋଲି କହିଛନ୍ତି। ସୋନିଆ ଗାନ୍ଧୀଙ୍କ ‘ମୃତ୍ୟୁର ସୌଦାଗର’ରୁ ଯାହା ଆରମ୍ଭ ହୋଇଥିଲା ଓ ଏହାର ଶେଷ କେମିତି ହେଲା, ଆମେ ଜାଣିଛୁ, କଂଗ୍ରେସ ପ୍ରତିଥର ନୂଆ ସ୍ତରକୁ ଛୁଉଁଛି। ଏହି ନାଟକରୁ ଜଣାପଡୁଛି କି କଂଗ୍ରେସ କର୍ନାଟକରେ ମାଟିକୁ ହରାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri