Posted inଜାତୀୟ

ଜନତା ପରିବାରରୁ କଂଗ୍ରେସ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା

ବେଙ୍ଗାଲୁରୁ,୧୯ା୫: ଜନତା ପରିବାରରେ ଅଢ଼େଇ ଦଶନ୍ଧି ଧରି ରହିଆସିଥିବା ଏବଂ ଏକଦା କଂଗ୍ରେସ ବିରୋଧୀ ଆଭିମୁଖ୍ୟକୁ ନେଇ ପରିଚିତ ଥିବା ସିଦ୍ଦାରାମାୟା ଦ୍ୱିତୀୟ ଥର ପାଇଁ କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ସେ ୧୯୮୦ ଦଶକର ଆଦ୍ୟଭାଗରୁ ୨୦୦୫ ପର୍ଯ୍ୟନ୍ତ କଂଗ୍ରେସର ଘୋର ବିରୋଧୀ ଥିଲେ। କିନ୍ତୁ ୨୦୦୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ସହ ମତଭେଦ ଯୋଗୁ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌)ରୁ ସିଦ୍ଦାରାମାୟା ବିଦା ହେବା ପରେ ସେ ମୂଳରୁ ବିରୋଧ କରିଆସୁଥିବା ସର୍ବପୁରାତନ ଦଳରେ ଯୋଗଦେଇଥିଲେ। ଏହି ଭେଟେରାନ୍‌ ନିଜ ଧୈର୍ଯ୍ୟ ଓ ଅଧ୍ୟବସାୟ ବଳରେ ୨୦୧୩ରେ କଂଗ୍ରେସ ପାର୍ଟିରୁ ମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରିଥିଲେ। ୯ ଥର ବିଧାୟକ ହୋଇଥିବା ସିଦ୍ଦାରାମାୟାଙ୍କ ସେହି ଗୁଣ ୫ ବର୍ଷର ବ୍ୟବଧାନ ପରେ ତାଙ୍କୁ ପୁନର୍ବାର ସମାନ ପଦବୀ ସମ୍ଭାଳିବା ପାଇଁ ସୁଯୋଗ ଦେଇଛି।
୧୯୪୭ ଅଗଷ୍ଟ ୩ରେ ମହୀଶୂର ଜିଲା ବରୁଣ ହୋବ୍‌ଲି ନିକଟସ୍ଥ ସିଦ୍ଦାରମଣହୁଣ୍ଡି ଗ୍ରାମର ଏକ ଗରିବ ଚାଷୀ ପରିବାରରେ ସିଦ୍ଦାରାମାୟାଙ୍କ ଜନ୍ମ। ସିଦ୍ଦୁଙ୍କୁ ୧୦ ବର୍ଷ ହେବା ପର୍ଯ୍ୟନ୍ତ ସେ ସ୍କୁଲ ମାଡ଼ି ନ ଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ସେ ମହୀଶୂର ବିଶ୍ୱବିଦ୍ୟାଳୟରୁ ବିଜ୍ଞାନରେ ସ୍ନାତକ ଏବଂ ଏଲ୍‌ଏଲ୍‌ବି ଡିଗ୍ରୀ ହାସଲ କରିଥିଲେ। ସେ ଚିକ୍କାବୋରାଇଆହରେ ଜଣେ ଜୁନିୟର ଓକିଲ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ପରେ କିଛି ସମୟ ପାଇଁ ଆଇନରେ ଅଧ୍ୟାପନା ମଧ୍ୟ କରିଥିଲେ। କର୍ନାଟକର ୨୨ତମ ମୁଖ୍ୟମନ୍ତ୍ରୀ ଭାବେ ଶନିବାର ଶପଥ ନେବାକୁ ଯାଉଥିବା ଏହି ବର୍ଷୀୟାନ ନେତା ବିଦାୟୀ ବିଧାନସଭାରେ ବିରୋଧୀ ଦଳ ନେତା ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ସେ ଏକାଧିକ ଥର ଉପମୁଖ୍ୟମନ୍ତ୍ରୀ ଓ ବିଭିନ୍ନ ବିଭାଗର ମନ୍ତ୍ରୀ ରହି ନିଜ କାର୍ଯ୍ୟଦକ୍ଷତା ଓ ବିଚକ୍ଷଣତାର ପରିଚୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?