Posted inଜାତୀୟ

କଂଗ୍ରେସର ଦାବି: ‘ଇଣ୍ଡିଆ’ ସହ ଯୋଗାଯୋଗରେ ଅଛନ୍ତି ଏନ୍‌ଡିଏ ବୈଠକରେ ଯୋଗଦେଇଥିବା କିଛି ଦଳ

ନୂଆଦିଲ୍ଲୀ,୨୭।୮: କଂଗ୍ରେସ ମୁଖପାତ୍ର ଆଲୋକ ଶର୍ମା ରବିବାର ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ, ଭାଜପା ନେତୃତ୍ୱାଧୀନ ଏନଡିଏ ବୈଠକରେ ଯୋଗ ଦେଇଥିବା ୩୮ଟି ଦଳ ମଧ୍ୟରୁ ୪ ଦଳ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ସହ ଯୋଗାଯୋଗରେ ଅଛନ୍ତି। ଏଥିସହ ସେମାନଙ୍କ ମଧ୍ୟରୁ କେତେକ ଆଗାମୀ ଦିନରେ ବିରୋଧୀ ଶିବିରରେ ଯୋଗଦେବେ ବୋଲି ସେ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ସେପ୍ଟେମ୍ବର ୧ରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ‘ଇଣ୍ଡିଆ’ର ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ର ବୈଠକରେ ଅଂଶଗ୍ରହଣ କରୁଥିବା ୩୮ଟି ଦଳ ମଧ୍ୟରୁ ୪ଟି ଦଳ ‘ଇଣ୍ଡିଆ’ ସହିତ ଯୋଗାଯୋଗ କରୁଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ଖୁବ ଶୀଘ୍ର ବିରୋଧୀ ଦଳରେ ଯୋଗଦେବେ ବୋଲି ଆଶା କରାଯାଉଥିବାବେଳେ କେତେକ ୨୦୨୪ ନିର୍ବାଚନ ପୂର୍ବରୁ ଯୋଗଦେବେ। ଗତ ମାସରେ ଦିଲ୍ଲୀରେ ଏନଡିଏ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୩୮ଟି ଦଳ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri