ରାସ୍ତା ଜବରଦଖଲ ଉଚ୍ଛେଦ, ପ୍ରଶସ୍ତୀକରଣ ଦାବି କଲା କଂଗ୍ରେସ

ଭଦ୍ରକ ଅଫିସ, ୧୯।୧୨: ଭଦ୍ରକ କଚେରୀ ବଜାର ମୋଚି ଛକଠାରୁ ନଙ୍ଗାମହଲା, ଶଙ୍କରପୁର, ପୁରୁଣାବଜାର, ବାଙ୍କାବଜାର, ସଙ୍ଗତଛକଠାରୁ ଭଦ୍ରକାଳୀ ପୀଠ ପର୍ଯ୍ୟନ୍ତ ରାସ୍ତାର ଉଭୟପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ, ରାସ୍ତାର ପ୍ରଶସ୍ତୀକରଣ ଓ ସ୍ଥାୟୀ ନିର୍ମାଣ ପାଇଁ କଂଗ୍ରେସ ଦାବି କରିଛି। ଏନେଇ ଦଳ ପକ୍ଷରୁ ସୋମବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ରାମଦାସ ଟୁଡୁଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭଦ୍ରକ ପୌରପାଳିକାର ୧୪ଟି ୱାର୍ଡର ପ୍ରାୟ ୬୦ହଜାର, ଗୁଜିଦରଡ଼ା, ଖଣ୍ଡତଡା ଓ ବେନ୍ତାଳ ପଞ୍ଚାୟତର ୩୫ ହଜାରରୁ ଊଦ୍ଧର୍‌ବ ଲୋକ ଦୈନନ୍ଦିନ ଏହି ରାସ୍ତାରେ ଯାତାୟାତ କରନ୍ତି। ରାସ୍ତାଟି ଅଣଓସାରିଆ ହୋଇଥିବାରୁ ଦମକଳ ଓ ଆମ୍ବୁଲାନ୍ସ ଯାତାୟାତରେ ବ୍ୟାଘାତ ସୃଷ୍ଟି ହେଉଛି।
ସେହିପରି ମା’ ଭଦ୍ରକାଳୀ ପୀଠକୁ ଯାଇଥିବା ରାସ୍ତା ଜବରଦଖଲ ଓ ଅଣଓସାରିଆ ଯୋଗୁ ଶ୍ରଦ୍ଧାଳୁମାନଙ୍କ ଯିବାଆସିବାରେ ସମସ୍ୟା ଦେଖାଦେଉଛି। ଏହି ରାସ୍ତାର ସ୍ଥାୟୀ ନିର୍ମାଣ ପାଇଁ ୨୦୧୮ରୁ ୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର ହୋଇ ଟେଣ୍ଡର ପ୍ରକ୍ରିୟା ହୋଇଥିଲେ ମଧ୍ୟ ଜବରଦଖଲ ଯୋଗୁ କାର୍ଯ୍ୟ ଆରମ୍ଭ ହୋଇପାରୁନାହିଁ। ଜବରଦଖଲ ଉଚ୍ଛେଦ କରି ରାସ୍ତା ପ୍ରଶସ୍ତୀକରଣ ଓ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବାକୁ କଂଗ୍ରେସ ପକ୍ଷରୁ ଅବଦୁଲ ମୋକିତ ଖାଁ, ଅସରଫ୍‌ ଅଲ୍ଲୀ ଖାଁ, ପୁଷ୍ପାରାଣୀ ନାୟକ, ବିଜୟ ବାରିକଙ୍କ ଅନ୍ୟ କର୍ମକର୍ତ୍ତା ଦାବି କରିଛନ୍ତି। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri