ରାସ୍ତା ଜବରଦଖଲ ଉଚ୍ଛେଦ, ପ୍ରଶସ୍ତୀକରଣ ଦାବି କଲା କଂଗ୍ରେସ

ଭଦ୍ରକ ଅଫିସ, ୧୯।୧୨: ଭଦ୍ରକ କଚେରୀ ବଜାର ମୋଚି ଛକଠାରୁ ନଙ୍ଗାମହଲା, ଶଙ୍କରପୁର, ପୁରୁଣାବଜାର, ବାଙ୍କାବଜାର, ସଙ୍ଗତଛକଠାରୁ ଭଦ୍ରକାଳୀ ପୀଠ ପର୍ଯ୍ୟନ୍ତ ରାସ୍ତାର ଉଭୟପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ, ରାସ୍ତାର ପ୍ରଶସ୍ତୀକରଣ ଓ ସ୍ଥାୟୀ ନିର୍ମାଣ ପାଇଁ କଂଗ୍ରେସ ଦାବି କରିଛି। ଏନେଇ ଦଳ ପକ୍ଷରୁ ସୋମବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ରାମଦାସ ଟୁଡୁଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭଦ୍ରକ ପୌରପାଳିକାର ୧୪ଟି ୱାର୍ଡର ପ୍ରାୟ ୬୦ହଜାର, ଗୁଜିଦରଡ଼ା, ଖଣ୍ଡତଡା ଓ ବେନ୍ତାଳ ପଞ୍ଚାୟତର ୩୫ ହଜାରରୁ ଊଦ୍ଧର୍‌ବ ଲୋକ ଦୈନନ୍ଦିନ ଏହି ରାସ୍ତାରେ ଯାତାୟାତ କରନ୍ତି। ରାସ୍ତାଟି ଅଣଓସାରିଆ ହୋଇଥିବାରୁ ଦମକଳ ଓ ଆମ୍ବୁଲାନ୍ସ ଯାତାୟାତରେ ବ୍ୟାଘାତ ସୃଷ୍ଟି ହେଉଛି।
ସେହିପରି ମା’ ଭଦ୍ରକାଳୀ ପୀଠକୁ ଯାଇଥିବା ରାସ୍ତା ଜବରଦଖଲ ଓ ଅଣଓସାରିଆ ଯୋଗୁ ଶ୍ରଦ୍ଧାଳୁମାନଙ୍କ ଯିବାଆସିବାରେ ସମସ୍ୟା ଦେଖାଦେଉଛି। ଏହି ରାସ୍ତାର ସ୍ଥାୟୀ ନିର୍ମାଣ ପାଇଁ ୨୦୧୮ରୁ ୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର ହୋଇ ଟେଣ୍ଡର ପ୍ରକ୍ରିୟା ହୋଇଥିଲେ ମଧ୍ୟ ଜବରଦଖଲ ଯୋଗୁ କାର୍ଯ୍ୟ ଆରମ୍ଭ ହୋଇପାରୁନାହିଁ। ଜବରଦଖଲ ଉଚ୍ଛେଦ କରି ରାସ୍ତା ପ୍ରଶସ୍ତୀକରଣ ଓ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବାକୁ କଂଗ୍ରେସ ପକ୍ଷରୁ ଅବଦୁଲ ମୋକିତ ଖାଁ, ଅସରଫ୍‌ ଅଲ୍ଲୀ ଖାଁ, ପୁଷ୍ପାରାଣୀ ନାୟକ, ବିଜୟ ବାରିକଙ୍କ ଅନ୍ୟ କର୍ମକର୍ତ୍ତା ଦାବି କରିଛନ୍ତି। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri