Posted inଜାତୀୟ

ଜରୁରୀକାଳୀନ ପରିସ୍ଥିତି ସମୟରୁ କଂଗ୍ରେସ ବିଚାରପତିଙ୍କୁ ଧମକାଇବା ଜାରି ରଖିଛି: ଆଇନମନ୍ତ୍ରୀ…

ଚେନ୍ନାଇ,୮।୪ : ଡିଣ୍ଡିଗୁଲ ଜିଲା କଂଗ୍ରେସ ଅଧ୍ୟକ୍ଷ ମାଣିକନ୍ଦନଙ୍କ ବିଚାରପତିଙ୍କ ଜିଭକୁ କାଟି ଦେବା ନେଇ ଦେଇଥିବା ବିବୃତ୍ତି ବିବାଦ ବଢ଼ିବାରେ ଲାଗିଛି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ବର୍ତ୍ତମାନ ଏହି ପ୍ରସଙ୍ଗରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି କଂଗ୍ରେସ ଜଣେ ବିଚାରପତିଙ୍କୁ ଧମକ ଦେବା କଥା ପ୍ରଥମ ଘଟଣା ନୁହେଁ। ସେମାନେ ଏହା ପୂର୍ବରୁ ମଧ୍ୟ ଏଭଳି କରିଛନ୍ତି ।

କଂଗ୍ରେସ ନ୍ୟାୟପାଳିକାକୁ ଧମକ ଦେବା କାର୍ଯ୍ୟ ଜରୁରୀକାଳୀନ ପରିସ୍ଥିତି ସମୟରୁ ଜାରି ରହିଛି। ସେମାନେ ନିରାଶ ହୋଇଥିବାରୁ ଏଭଳି କରୁଛନ୍ତି। ଆମେ ସମ୍ବିଧାନରେ ଏବଂ ଗଣତନ୍ତ୍ର ଉପରେ ବିଶ୍ୱାସ କରୁ।

ଉଲ୍ଲେଖନୀୟ କଥା ହେଉଛି, ଗୁରୁବାର କଂଗ୍ରେସ ପକ୍ଷରଆୟୋଜିତ ଏକ ପ୍ରତିବାଦ ସଭା ସମୟରେ ମାଣିକନ୍ଦନ କହିଥିଲେ, ଯେତେବେଳେ ଆମେ କ୍ଷମତାକୁ ଆସିବୁ, ସେତେବେଳେ ଆମେ ରାହୁଲ ଗାନ୍ଧୀଙ୍କୁ ଜେଲକୁ ପଠାଇବା ପାଇଁ ଦେଇଥିବା ବିଚାରପତିଙ୍କ ଜିଭ କାଟିଦେବୁ।

ଡିଣ୍ଡିଗୁଲ ପୋଲିସ କହିଛି ଏହି ପ୍ରସଙ୍ଗରେ ଆଇପିସି ଧାରା ୧୫୩-ବି ସମେତ ତିନୋଟି ବିଭାଗ ଅନ୍ତର୍ଗତର ମାଣିକନ୍ଦନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏ ସମ୍ପର୍କରେ ତଦନ୍ତ କରାଯାଉଛି।
କୁହାଯାଉଛି ଯେ ତାମିଲନାଡୁର ଡିଣ୍ଡିଗୁଲରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଅଯୋଗ୍ୟତା ବିରୋଧରେ କଂଗ୍ରେସର ଏସସି / ଏସଟି ୱିଙ୍ଗ ବିରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?