Posted inଜାତୀୟ

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ ନ୍ୟାୟପାଳିକା’ର ଆହ୍ବାନ କରିଥିଲେ – ସେମାନେ ଲଜ୍ଜାଜନକ ଭାବରେ ନିଜର ସ୍ବାର୍ଥ ପାଇଁ ଅନ୍ୟମାନଙ୍କଠାରୁ ପ୍ରତିବଦ୍ଧତା ଖୋଜନ୍ତି କିନ୍ତୁ ଦେଶ ପ୍ରତି କୌଣସି ପ୍ରତିବଦ୍ଧତାକୁ ଏଡାନ୍ତି। ଏଥିରେ ଆଶ୍ଚର୍ଯ୍ୟର କଥା ଯେ ୧୪୦ କୋଟି ଭାରତୀୟ ତାଙ୍କୁ ପ୍ରତ୍ୟାଖ୍ୟାନ କରୁଛନ୍ତି। ’ଏହାପୂର୍ବରୁ ବରିଷ୍ଠ ଓକିଲ ହରିଶ ସାଲଭେ ଏବଂ ବାର କାଉନସିଲ ଅଫ ଇଣ୍ଡିଆ ସଭାପତି ମନନ କୁମାର ମିଶ୍ରଙ୍କ ସମେତ ପ୍ରାୟ ୬୦୦ ଓକିଲ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କୁ ଏକ ଚିଠି ଲେଖିଛନ୍ତି। ଏଥିରେ ଅଭିଯୋଗ କରାଯାଇଛି କି ଏକ ନିହିତ ସ୍ବାର୍ଥ ବାଲା ସମୁହ ‘ଅଯଥା ତର୍କ ଓ ଘେସାପେଟା ରାଜନୈତିକ ଏଜେଣ୍ଡା’ ଆଧାରରେ ନ୍ୟାୟପାଳିକା ଉପରେ ଚାପ ପକାଯାଉଛି ଓ କୋର୍ଟଙ୍କୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି।

ମାର୍ଚ୍ଚ ୨୬ରେ ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କୁ ଲେଖାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି କି, ଏହି ରଣନୀତି ଆମ କୋର୍ଟ ପାଇଁ କ୍ଷତିକାରକ ଏବଂ ଆମର ଗଣତାନ୍ତ୍ର ପ୍ରତି ବିପଦ ସୃଷ୍ଟି କରୁଛି। ଅଫିସିୟାଲ ସୂତ୍ରରୁ ବିନା ନାମରେ ଓକିଲଙ୍କ ଏକ ବର୍ଗ ଉପରେ ଟାର୍ଗେଟ କରାଯାଇ ଅଭିଯୋଗ ହୋଇଛି ଯେ ସେମାନେ ଦିନରେ ରାଜନେତାଙ୍କୁ ରକ୍ଷା କରନ୍ତି ଏବଂ ପରେ ରାତିରେ ଗଣମାଧ୍ୟମ ମାଧ୍ୟମରେ ବିଚାରପତିଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri