Posted inଜାତୀୟ

ନିର୍ବାଚନରେ ପରାଜୟ ପରେ ଚନ୍ନିଙ୍କୁ ଦଳରୁ ହଟାଇବାକୁ ଜୋର ଧରିଲା ଦାବି

ଚଣ୍ଡିଗଡ଼,୧୫।୩: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାଜ୍ୟରେ କଂଗ୍ରେସର କନ୍ଦଳ ବଢ଼ିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କ ଉପରେ କଂଗ୍ରେସ ନେତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଚନ୍ନିଙ୍କ ମୁହଁ ଯୋଗୁ କଂଗ୍ରେସ ହାରିଛି ବୋଲି ଦଳର ନେତାମାନେ ଅଭିଯୋଗ କରିଛନ୍ତି। ଦୁର୍ନୀତିର ଅଭିଯୋଗ ସତ୍ତ୍ୱେ ଦଳ ମୁହଁ ବଦଳାଇ ନ ଥିଲା। ଯାହାଫଳରେ ପଞ୍ଜାବରେ କଂଗ୍ରେସକୁ ପରାଜିତ ହେବାକୁ ପଡ଼ିଛି ବୋଲି ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ସୁନୀଲ ଜାଖର କହିଛନ୍ତି। ସେହିପରି କଂଗ୍ରେସ ନେତା ଦର୍ଶନ ବରାଡ କହିଛନ୍ତି, ଚନ୍ନିଙ୍କୁ ଦଳରୁ ହଟାଇବା ଉଚିତ୍‌। ପୁରା ପରିବାରକୁ ଚାକିରୀରୁ ହଟାଇବା ପରେ ଚନ୍ନି ତାଙ୍କୁ କଂଗ୍ରେସରେ ସାମିଲ କରିବାକୁ ଚାହୁଁଥିଲେ। ଚନ୍ନିଙ୍କ ଭାଇ କଂଗ୍ରେସ ବିରୋଧରେ ଲଢ଼େଇ କରୁଥିବା ବେଳେ ସେ ତାଙ୍କୁ ଅଟକାଇ ନ ଥିଲେ। ଚନ୍ନି ଓ ଜାଖରଙ୍କୁ ଦଳରୁ ବହିଷ୍କାର କରି ସମସ୍ତ ଶକ୍ତି ନବଜୋତ ସିଦ୍ଧୁଙ୍କୁ ଦିଆଯିବା ଉଚିତ ବୋଲି ଦର୍ଶନ କହିଛନ୍ତି। ଏହାପୂର୍ବରୁ ପୂର୍ବତନ ରାଜ୍ୟ କଂଗ୍ରେସ ମୁଖ୍ୟ ସୁନୀଲ ଜାଖର ଚରଣଜିତ ସିଂ ଚନ୍ନିଙ୍କୁ ବୋଝ ବୋଲି କହିଥିଲେ। ସୂଚନାଯୋଗ୍ୟ, ପଞ୍ଜାବରେ ୧୧୭ବିଧାନସଭା ଆସନରୁ ଆମ ଆଦମୀ ପାର୍ଟି ୯୨ଟି ସିଟ୍‌ ଜିତିଛି। ନିର୍ବାଚନରେ କଂଗ୍ରେସ ପରାସ୍ତ ହୋଇ ମାତ୍ର ୧୮ଟି ଆସନ ହାତେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?