ପୀଡ଼ିତାଙ୍କ ପରିବାରକୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ, ଅଭିଯୁକ୍ତଙ୍କୁ ଗିରଫ ନ କଲେ ଆନ୍ଦୋଳନ ଚେତାବନୀ

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ) – ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଥିବା ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଛି। ଶୁକ୍ରବାର ବରଗଡ଼ ଜିଲା କଂଗ୍ରେସ କମିଟିର ଏକ ପ୍ରତିନିଧି ଦଳ ପୀଡିତାଙ୍କ ପରିବାରଙ୍କୁ ଭେଟିଛନ୍ତି। ସେମାନେ ବୁର୍ଲା ଭୀମସାର୍‌ରେ ଚିକିତ୍ସାଧୀନ ଥିବା ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ଏବଂ ଘଟଣା ସମ୍ପର୍କରେ ପଚାରି ବୁଝିବା ସହିତ ସମବେଦନା ଜଣାଇଥିଲେ। କଂଗ୍ରେସ ଦଳ ପକ୍ଷରୁ ପରିବାରବର୍ଗଙ୍କୁ ସମସ୍ତ ପ୍ରକାର ନ୍ୟାୟିକ ପ୍ରକ୍ରିୟାରେ ସାହାଯ୍ୟ ଓ ସହଯୋଗ କରାଯିବ ବୋଲି ଏହି ପ୍ରତିନିଧି ଦଳ ପ୍ରତିଶୃତି ଦେଇଥିଲେ ।

ଅପରପକ୍ଷରେ ଏଭଳି ଏକ ସମ୍ବେଦନଶୀଳ ମାମଲାରେ ପୋଲିସର କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଖୁବଶୀଘ୍ର ବରଗଡ଼ ଏସ୍‌ପିଙ୍କୁ ଭେଟି ଘଟଣାର ନିରପେକ୍ଷ ତଦନ୍ତ ଏବଂ ସମ୍ପୃକ୍ତ ଦୋଷୀ ମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରାଯିବ ବୋଲି ଏହି ପ୍ରତିନିଧି ଦଳ କହିଛନ୍ତି। ପୋଲିସ ଯଦି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ ନ କରେ, ତେବେ ଦଳ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି । ଏହି ପ୍ରତିନିଧି ଦଳରେ କଂଗ୍ରେସର ବରିଷ୍ଠ ନେତା ହରଦୀପ ସିଂ, ଅନନ୍ତ ଶୟନ ପାଢ଼ୀ , ନିପନ ଦାଶ , ବ୍ରହ୍ମାନନ୍ଦ ମହାକୁଡ, ଅଭିଷେକ ସେଟ, ସରୋଜ ଷଡଙ୍ଗୀ, ରବିନାରାୟଣ ପଣ୍ଡା, ପ୍ରତାପ ନାୟକ, ସୁଶୀଲ ଭୋଇ, ସୁଧୀର ଜେନା, ମୋତିଲାଲ ଦାଶ, ପଞ୍ଚାନନ ମିଶ୍ର, ବିମଳ ଦାଶ, ସୁନିତା ବାଗ, ନୀଳିମା ଅଗ୍ରୱାଲ, ମାନସ ଦାସ, ରଞ୍ଜନ ସେଠ, ଦେବୁ ସୱାଇଁ, ଉମାକାନ୍ତ ଭୋଇ, ବିରାଟ ପଧାନ, କୃଷ୍ଣ ସାହୁ, ଅନନ୍ତ ଧଳ ପ୍ରମୁଖଙ୍କ ସହିତ ଅନେକ କଂଗ୍ରେସ କର୍ମୀ ଉପସ୍ଥିତ ରହିଥିଲେ। ସେହିପରି ମହିଳା କଂଗ୍ରେସର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କୁ ଭୀମସାର, ବୁର୍ଲାରେ ଭେଟି ତାଙ୍କର ସ୍ବାସ୍ଥ୍ୟବସ୍ଥା ପଚାରି ବୁଝି ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri