ପୀଡ଼ିତାଙ୍କ ପରିବାରକୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ, ଅଭିଯୁକ୍ତଙ୍କୁ ଗିରଫ ନ କଲେ ଆନ୍ଦୋଳନ ଚେତାବନୀ

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ) – ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଥିବା ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଛି। ଶୁକ୍ରବାର ବରଗଡ଼ ଜିଲା କଂଗ୍ରେସ କମିଟିର ଏକ ପ୍ରତିନିଧି ଦଳ ପୀଡିତାଙ୍କ ପରିବାରଙ୍କୁ ଭେଟିଛନ୍ତି। ସେମାନେ ବୁର୍ଲା ଭୀମସାର୍‌ରେ ଚିକିତ୍ସାଧୀନ ଥିବା ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ଏବଂ ଘଟଣା ସମ୍ପର୍କରେ ପଚାରି ବୁଝିବା ସହିତ ସମବେଦନା ଜଣାଇଥିଲେ। କଂଗ୍ରେସ ଦଳ ପକ୍ଷରୁ ପରିବାରବର୍ଗଙ୍କୁ ସମସ୍ତ ପ୍ରକାର ନ୍ୟାୟିକ ପ୍ରକ୍ରିୟାରେ ସାହାଯ୍ୟ ଓ ସହଯୋଗ କରାଯିବ ବୋଲି ଏହି ପ୍ରତିନିଧି ଦଳ ପ୍ରତିଶୃତି ଦେଇଥିଲେ ।

ଅପରପକ୍ଷରେ ଏଭଳି ଏକ ସମ୍ବେଦନଶୀଳ ମାମଲାରେ ପୋଲିସର କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଖୁବଶୀଘ୍ର ବରଗଡ଼ ଏସ୍‌ପିଙ୍କୁ ଭେଟି ଘଟଣାର ନିରପେକ୍ଷ ତଦନ୍ତ ଏବଂ ସମ୍ପୃକ୍ତ ଦୋଷୀ ମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରାଯିବ ବୋଲି ଏହି ପ୍ରତିନିଧି ଦଳ କହିଛନ୍ତି। ପୋଲିସ ଯଦି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ ନ କରେ, ତେବେ ଦଳ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି । ଏହି ପ୍ରତିନିଧି ଦଳରେ କଂଗ୍ରେସର ବରିଷ୍ଠ ନେତା ହରଦୀପ ସିଂ, ଅନନ୍ତ ଶୟନ ପାଢ଼ୀ , ନିପନ ଦାଶ , ବ୍ରହ୍ମାନନ୍ଦ ମହାକୁଡ, ଅଭିଷେକ ସେଟ, ସରୋଜ ଷଡଙ୍ଗୀ, ରବିନାରାୟଣ ପଣ୍ଡା, ପ୍ରତାପ ନାୟକ, ସୁଶୀଲ ଭୋଇ, ସୁଧୀର ଜେନା, ମୋତିଲାଲ ଦାଶ, ପଞ୍ଚାନନ ମିଶ୍ର, ବିମଳ ଦାଶ, ସୁନିତା ବାଗ, ନୀଳିମା ଅଗ୍ରୱାଲ, ମାନସ ଦାସ, ରଞ୍ଜନ ସେଠ, ଦେବୁ ସୱାଇଁ, ଉମାକାନ୍ତ ଭୋଇ, ବିରାଟ ପଧାନ, କୃଷ୍ଣ ସାହୁ, ଅନନ୍ତ ଧଳ ପ୍ରମୁଖଙ୍କ ସହିତ ଅନେକ କଂଗ୍ରେସ କର୍ମୀ ଉପସ୍ଥିତ ରହିଥିଲେ। ସେହିପରି ମହିଳା କଂଗ୍ରେସର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କୁ ଭୀମସାର, ବୁର୍ଲାରେ ଭେଟି ତାଙ୍କର ସ୍ବାସ୍ଥ୍ୟବସ୍ଥା ପଚାରି ବୁଝି ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri