Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟିଲା କଂଗ୍ରେସର ଏକ ପ୍ରତିନିଧି ଦଳ

ନୂଆଦିଲ୍ଲୀ,୨୦।୬: କଂଗ୍ରେସର ବରିଷ୍ଠ ନେତାଙ୍କ ଏକ ପ୍ରତିନିଧୀ ଦଳ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତିଙ୍କୁ ଭେଟି ତାଙ୍କ ସମ୍ମୁଖରେ ଏହି ପ୍ରତିନିଧି ଦଳ ୨ଟି ପ୍ରସଙ୍ଗ ଉଠାଇଛନ୍ତି। ପ୍ରଥମଟି ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଜେରାକୁ ନେଇ ହୋଇଥିବା ବିରୋଧ ପ୍ରଦର୍ଶନ ସମୟରେ କେତେକ କଂଗ୍ରେସ ଏମ୍‌ପିଙ୍କ ସହ ଦିଲ୍ଲୀ ପୋଲିସର ଦୁର୍ବ୍ୟବହାର ଏବଂ ଦ୍ୱିତୀୟଟି ହେଉଛି ଅଗ୍ନିପଥ ଯୋଜନା ପ୍ରସଙ୍ଗ। ଏହି ପ୍ରତିନିଧୀ ଦଳରେ ରାଜ୍ୟ ସଭାର ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖର୍ଗେ, ଲୋକ ସଭାର କଂଗ୍ରେସ ନେତା ଆଧୀର ରଂଜନ ଚୌଧୁରୀ, ବରିଷ୍ଠ ନେତା ପି.ଚିଦାମ୍ବରମ, ଜୟରାମ ରମେଶ ଏବଂ ଅନ୍ୟାନ୍ୟ ନେତା ସାମିଲ ହୋଇଥିଲେ। ଏହି ବୈଠକ ପରେ କଂଗ୍ରେସ ନେତା ଖର୍ଗେ କହିଛନ୍ତି, ଆମର ଏକ ୭ଜଣିଆ ଟିମ୍‌ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ୨ଟି ପ୍ରସଙ୍ଗ ଉଠାଇଛନ୍ତି। ଏଥିସହ ରାଷ୍ଟ୍ରପତିଙ୍କୁ ଏକ ସ୍ମାରକପତ୍ର ମଧ୍ୟ ପ୍ରଦାନ କରାଯାଇଛି। ଏଥିସହ ଖର୍ଗେ କହିଛନ୍ତି, ସରକାର କାହାକୁ ନ ପଚାରି ଏହି ଯୋଜନା ଆଣିଛନ୍ତି। ଏହି ଯୋଜନା କାହା ସହିତ ଆଲୋଚନା କରାଯାଇ ନ ଥିଲା। ଏହା ଆମର ଗଣତାନ୍ତ୍ରିକ ଅଧିକାରର ଉଲ୍ଲଂଘନ ବୋଲି ପ୍ରତିନିଧି ଦଳ ରାଷ୍ଟ୍ରପତିଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri