Posted inଜାତୀୟ

ଜାତି ଜନଗଣନା ପାଇଁ କଂଗ୍ରେସର ଦାବି

ନୂଆଦିଲ୍ଲୀ,୧୮।୪(ପି.ଟି.): ବିରୋଧୀଙ୍କୁ ସମାଲୋଚନା କରିବା ଲାଗି କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ଜାତିଭିତ୍ତିକ ରାଜନୀତି କରିବା ସହ ଦେଶରେ ସାମାଜିକ-ଅର୍ଥନୈତିକ ଓ ଜାତି ଜନଗଣନାକୁ ଅଟକାଇଥିବା କଂଗ୍ରେସ ସୋମବାର ଅଭିଯୋଗ କରିଛି। ଅବହେଳିତ ବର୍ଗ ଫମ୍ପା ପ୍ରତିଶ୍ରୁତି ନୁହେଁ, ଅର୍ଥନୈତିକ ଓ ରାଜନୈତିକ କ୍ଷମତା ଚାହାନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିବା ସହ ୫୦ ପ୍ରତିଶତ କୋଟା ସୀମା ହଟାଇଦେବାକୁ ଆହ୍ବାନ ଦେଇଛନ୍ତି। ସଂଖ୍ୟା ଆଧାରରେ ଦଳିତ ଓ ଜନଜାତିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରଖିବାକୁ ସେ ଦାବି କରିଛନ୍ତି। ସାନି ଜାତିଭିତ୍ତିକ ଜନଗଣନା ଦାବିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖିଛନ୍ତି। ଅନ୍ୟାନ୍ୟ ପଛୁଆ ବର୍ଗଙ୍କ ଅର୍ଥପୂର୍ଣ୍ଣ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ କାର୍ଯ୍ୟକ୍ରମ ପାଇଁ ଭରସାଯୋଗ୍ୟ ଡାଟାବେସ୍‌ ଅତି ଜରୁରୀ ବୋଲି ଖାର୍ଗେ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଖାର୍ଗେ ଓ ଅନ୍ୟ କଂଗ୍ରେସ ନେତାମାନେ ପାର୍ଲାମେଣ୍ଟର ଉଭୟ ଗୃହରେ ଜାତି ଜନଗଣନା ପ୍ରସଙ୍ଗ ଅନେକ ଥର ଉଠାଇଛନ୍ତି। ଅନ୍ୟ ବିରୋଧୀ ଦଳଗୁଡ଼ିକ ମଧ୍ୟ ଜାତି ଜନଗଣନା ପାଇଁ ଦାବି କରିଆସୁଥିବା କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି।
୨୦୧୧-୧୨ରେ ଉପା ସରକାର ସାମାଜିକ ଅର୍ଥନୈତିକ ଓ ଜାତି ଜନଗଣନା କରିଥିଲା। ପ୍ରାୟ ୨୫ କୋଟି ପରିବାରରୁ ଏନେଇ ତଥ୍ୟ ସଂଗ୍ରହ କରାଯାଇଥିଲା। ୨୦୧୪ ମେ’ରେ ଭାଜପା ନେତୃତ୍ୱାଧୀନ ସରକାର କ୍ଷମତାକୁ ଆସିବା ପରେ କଂଗ୍ରେସ ଓ ଅନ୍ୟ ଦଳର ଏମ୍‌ପିମାନଙ୍କ ଦାବି ସତ୍ତ୍ୱେ ଉକ୍ତ ଜାତିଭିତ୍ତିକ ତଥ୍ୟ ପ୍ରକାଶ ପାଇପାରିଲା ନାହିଁ ବୋଲି ଖାର୍ଗେ କହିଛନ୍ତି। ପ୍ରତି ଦଶ ବର୍ଷରେ ହେଉଥିବା ଜନଗଣନା ୨୦୨୧ରେ ହେବାକୁ ଥିବାବେଳେ ତାହା ଏପର୍ଯ୍ୟନ୍ତ ହୋଇନାହିଁ। ତୁରନ୍ତ ଜନଗଣନା ସହ ବିସ୍ତୃତ ଜାତି ଗଣନା କରାଯାଉ ବୋଲି କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?