ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍‌

ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ ଦଳ ପକ୍ଷରୁ ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦେଇଛି । ଏହି ବନ୍ଦ ଡାକରାରେ ଗଜପତି ଜିଲା କଂଗ୍ରେସ ସାମିଲ ହେବା ସହ ବନ୍ଦ ପାଳନକରିଛି। ଜିଲା ସଭାପତି ତଥା ମୋହନା ବିଧାୟକ ଦାସୀରଥୀ ଗମାଙ୍ଗଙ୍କ ନେତୃତ୍ୱରେ ଦଳର ଶହ ଶହ ସଂଖ୍ୟାରେ ନେତା ଓ କର୍ମୀମାନେ ଜିଲାର ମୁଖ୍ୟ ରାସ୍ତା ଉପରେ ସକାଳ ୬ଟାରୁ ପିକେଟିଙ୍ଗ ଆରମ୍ଭ କରିଛି । ରାଜ୍ୟ ରାଜପଥ ଓ ପାରଳାଖେମୁଣ୍ଡି ସହରର କଲେଜ ଛକ, ପୁରୁଣା ପାଟଣା ରୋଡ ଛକ, ଗାନ୍ଧୀ ଛକ, ବଜାର ଛକ ଠାରେ ଦଳର ନେତା ଓ କର୍ମୀ ବିଭିନ୍ନ ନାରା ଦେଇ ବନ୍ଦ ପାଳନ କରିଛନ୍ତି । ଏହା ସହ ଜିଲାରେ ପୁରାପୁରି ବସ ଚଳାଚଳ ଠପ ହୋଇପଡିଥିବାବେଳେ ଦୋକାନ ବଜାର, ସ୍କୁଲ, କଲେଜ, ସମସ୍ତ ବ୍ୟାଙ୍କ ଓ ସରକାରୀ କାର୍ଯ୍ୟାଳୟ ଗୁଡିକ ବନ୍ଦ କରାଯାଇଛି। ସେହିପରି ଜିଲାର ସମସ୍ତ ୭ଗୋଟି ବ୍ଳକର ଚାରିଛକ ଠାରେ ମଧ୍ୟ ଜାତୀୟ ରାଜପଥ ଉପରେ କଂଗ୍ରେସ କର୍ମୀମାନେ ବନ୍ଦ ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri