କ୍ରାଇମ୍‌ ବ୍ରାଞ୍ଚ ତଦନ୍ତ ଦାବି କଲା କଂଗ୍ରେସ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାୟଗଡ଼ାର ବିଜେଡି ନେତା ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏନ୍‌.ଭାସ୍କର ରାଓ ମାଓବାଦୀମାନଙ୍କୁ ଅର୍ଥ ସହାୟତା ଦେଉଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାକୁ ପିସିସି ମିଡିଆ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଦାବି କରିଛନ୍ତି।
ଶନିବାର କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ରାୟଗଡ଼ା ଟ୍ରକ୍‌ ମାଲିକ ସଂଘର ସଦସ୍ୟ ଗଣମାଧ୍ୟମ ସାମ୍ନାରେ ମାଓବାଦୀଙ୍କୁ ଅର୍ଥ ସହାୟତା ନିମନ୍ତେ ସେମାନଙ୍କଠାରୁ ଟ୍ରକ୍‌ ପିଛା ୫୦ ଟଙ୍କା ଚାନ୍ଦା ଆଦାୟ କରାଯାଉଛିି। ଏହି ଅଭିଯୋଗ ସତ୍ୟ ହୋଇଥିଲେ ସାଂଘାତିକ। ଟ୍ରକ୍‌ ମାଲିକ ସଂଘ ପୂର୍ବତନ ଏମ୍‌ପିଙ୍କ ବିରୋଧରେ ଗତ ୧୮ ତାରିଖରେ ରାୟଗଡ଼ା ଥାନାରେ ଆର୍ଥିକ ଅନିୟମିତତା ଓ ତୋସରପାତ ଅଭିଯୋଗ କରିଛନ୍ତି । ପୋଲିସ ଉଭୟ କ୍ଷେତ୍ରରେ ନୀରବ ରହିଛି । ଆଇନ ତା’ ବାଟରେ ଯାଉଛି ନା ବିଜେଡି ବାଟରେ ଯାଉଛି ବୋଲି ଗଣେଶ୍ୱର ପ୍ରଶ୍ନ କରିଛନ୍ତି। ୧୧ ଦିନ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନାହିଁ। ଜିଲା କଂଗ୍ରେସ ତରଫରୁ ଏମ୍‌ପି ସପ୍ତଗିରି ଉଲ୍ଲାକା ଓ ଜିଲା ସଭାପତି ୨୦୨୩ ଏପ୍ରିଲ ୪ ତାରିଖରେ ଖବରଦାତା ସମ୍ମିଳନୀ ଡାକି ତଦନ୍ତ କରିବାକୁ ଦାବି କରିଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ହୋଇନାହିଁ।
ସରକାର କାହା ସ୍ବାର୍ଥରେ। ଆଇନ ସାଥିରେ ନା ଅପରାଧୀଙ୍କ ସାଥିରେ ବୋଲି ସେ କହିଛନ୍ତି । ମାଓବାଦୀ ମୁକାବିଲା ମାମଲାରେ ସରକାର ଓ ସରକାରୀ ଦଳ ମଧ୍ୟରେ ପରସ୍ପର ବିରୋଧୀ ଆଭିମୁଖ୍ୟ କାହିଁକି। ମାଓ ମୁକାବିଲା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଦାୟିତ୍ୱ ହୋଇଥିବାରୁ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ଏହି ସ୍ପର୍ଶକାତର ମାମଲାରେ ଚୁପ୍‌ ବସିଛି କାହିଁକି ବୋଲି ଗଣେଶ୍ୱର ପ୍ରଶ୍ନ କରିଛନ୍ତି। ରାଜ୍ୟ ସରକାର ଏପରି ସଙ୍ଗିନ ଅଭିଯୋଗରେ ସତ୍ୟ ଉଦ୍‌ଘାଟନ ନିମନ୍ତେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିମନ୍ତେ ଘୋଷଣା କରନ୍ତୁ। ନଚେତ ଏହି ପ୍ରସଙ୍ଗରେ କଂଗ୍ରେସ ଲୋକଙ୍କ ପାଖକୁ ଯିବ ବୋଲି ଗଣେଶ୍ୱର ଚେତାବନୀ ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ପିସିସି ମୁଖପାତ୍ର ଅମିୟ ପାଣ୍ଡବ ଓ ରଜନୀ କୁମାର ମହାନ୍ତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri