କ୍ରାଇମ୍‌ ବ୍ରାଞ୍ଚ ତଦନ୍ତ ଦାବି କଲା କଂଗ୍ରେସ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାୟଗଡ଼ାର ବିଜେଡି ନେତା ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏନ୍‌.ଭାସ୍କର ରାଓ ମାଓବାଦୀମାନଙ୍କୁ ଅର୍ଥ ସହାୟତା ଦେଉଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାକୁ ପିସିସି ମିଡିଆ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଦାବି କରିଛନ୍ତି।
ଶନିବାର କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ରାୟଗଡ଼ା ଟ୍ରକ୍‌ ମାଲିକ ସଂଘର ସଦସ୍ୟ ଗଣମାଧ୍ୟମ ସାମ୍ନାରେ ମାଓବାଦୀଙ୍କୁ ଅର୍ଥ ସହାୟତା ନିମନ୍ତେ ସେମାନଙ୍କଠାରୁ ଟ୍ରକ୍‌ ପିଛା ୫୦ ଟଙ୍କା ଚାନ୍ଦା ଆଦାୟ କରାଯାଉଛିି। ଏହି ଅଭିଯୋଗ ସତ୍ୟ ହୋଇଥିଲେ ସାଂଘାତିକ। ଟ୍ରକ୍‌ ମାଲିକ ସଂଘ ପୂର୍ବତନ ଏମ୍‌ପିଙ୍କ ବିରୋଧରେ ଗତ ୧୮ ତାରିଖରେ ରାୟଗଡ଼ା ଥାନାରେ ଆର୍ଥିକ ଅନିୟମିତତା ଓ ତୋସରପାତ ଅଭିଯୋଗ କରିଛନ୍ତି । ପୋଲିସ ଉଭୟ କ୍ଷେତ୍ରରେ ନୀରବ ରହିଛି । ଆଇନ ତା’ ବାଟରେ ଯାଉଛି ନା ବିଜେଡି ବାଟରେ ଯାଉଛି ବୋଲି ଗଣେଶ୍ୱର ପ୍ରଶ୍ନ କରିଛନ୍ତି। ୧୧ ଦିନ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନାହିଁ। ଜିଲା କଂଗ୍ରେସ ତରଫରୁ ଏମ୍‌ପି ସପ୍ତଗିରି ଉଲ୍ଲାକା ଓ ଜିଲା ସଭାପତି ୨୦୨୩ ଏପ୍ରିଲ ୪ ତାରିଖରେ ଖବରଦାତା ସମ୍ମିଳନୀ ଡାକି ତଦନ୍ତ କରିବାକୁ ଦାବି କରିଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ହୋଇନାହିଁ।
ସରକାର କାହା ସ୍ବାର୍ଥରେ। ଆଇନ ସାଥିରେ ନା ଅପରାଧୀଙ୍କ ସାଥିରେ ବୋଲି ସେ କହିଛନ୍ତି । ମାଓବାଦୀ ମୁକାବିଲା ମାମଲାରେ ସରକାର ଓ ସରକାରୀ ଦଳ ମଧ୍ୟରେ ପରସ୍ପର ବିରୋଧୀ ଆଭିମୁଖ୍ୟ କାହିଁକି। ମାଓ ମୁକାବିଲା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଦାୟିତ୍ୱ ହୋଇଥିବାରୁ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ଏହି ସ୍ପର୍ଶକାତର ମାମଲାରେ ଚୁପ୍‌ ବସିଛି କାହିଁକି ବୋଲି ଗଣେଶ୍ୱର ପ୍ରଶ୍ନ କରିଛନ୍ତି। ରାଜ୍ୟ ସରକାର ଏପରି ସଙ୍ଗିନ ଅଭିଯୋଗରେ ସତ୍ୟ ଉଦ୍‌ଘାଟନ ନିମନ୍ତେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିମନ୍ତେ ଘୋଷଣା କରନ୍ତୁ। ନଚେତ ଏହି ପ୍ରସଙ୍ଗରେ କଂଗ୍ରେସ ଲୋକଙ୍କ ପାଖକୁ ଯିବ ବୋଲି ଗଣେଶ୍ୱର ଚେତାବନୀ ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ପିସିସି ମୁଖପାତ୍ର ଅମିୟ ପାଣ୍ଡବ ଓ ରଜନୀ କୁମାର ମହାନ୍ତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri