Posted inଜାତୀୟ

କେନ୍ଦ୍ରଠାରୁ ଶ୍ୱେତପତ୍ର ଦାବିକଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୧୦(ପି.ଟି.):ଦକ୍ଷିଣ କଶ୍ମୀରର ଶୋପିଆନ୍‌ ଜିଲାରୁ କଶ୍ମୀରୀ ପଣ୍ଡିତମାନଙ୍କ ଗଣପଳାୟନ ଘଟଣାରେ କଂଗ୍ରେସ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିନ୍ଦା କରିଛି। ୮ ବର୍ଷ ଶାସନରେ କଶ୍ମୀରର ସଂଖ୍ୟାଲଘୁମାନଙ୍କ ଦୁର୍ଦ୍ଦଶା ସମ୍ପର୍କରେ ଭାଜପା ନେତୃତ୍ୱାଧୀନ ସରକାର ଶ୍ୱେତପତ୍ର ପ୍ରକାଶ କରିବାକୁ କଂଗ୍ରେସ ଦାବି କରିଛି। ଉପତ୍ୟକାରେ କଶ୍ମୀରୀ ପଣ୍ଡିତମାନଙ୍କୁ ଟାର୍ଗେଟ କିଲିଂ କରାଯାଉଥିବାରୁ ମୋଦି ସରକାର ଏଥିପାଇଁ କ୍ଷମା ମାଗନ୍ତୁ ବୋଲି ବିରୋଧୀ ଦଳ ଦାବି କରିଛି। ନିକଟରେ ଆତଙ୍କବାଦୀମାନେ କଶ୍ମୀରୀ ପଣ୍ଡିତ ଓ ଅନ୍ୟମାନଙ୍କୁ ଏକାଧିକ ଥର ଟାର୍ଗେଟ ଆକ୍ରମଣ କଲେଣି। ତେଣୁ ଭୟରେ ଶୋପିଆନ୍‌ର ଚୌଧରୀଗୁଣ୍ଡ୍‌ ଗ୍ରାମରୁ ୧୦ କଶ୍ମୀରୀ ପଣ୍ଡିତ ପରିବାର ଜମ୍ମୁ ପଳାଇଛନ୍ତି। ସେମାନଙ୍କର ଉପତ୍ୟକାକୁ ଫେରିବା ଯୋଜନା ନାହିଁ ବୋଲି ଏହି ସଂଖ୍ୟାଲଘୁ ସଦସ୍ୟମାନେ କହିଛନ୍ତି। କଶ୍ମୀରୀ ପଣ୍ଡିତ କର୍ମଚାରୀମାନଙ୍କୁ ସେମାନଙ୍କ ଇଚ୍ଛା ବିରୋଧରେ କାର୍ଯ୍ୟକୁ ଫେରିବା ଲାଗି ଧମକ ଦିଆଯାଉଛି। ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ୩୦ କଶ୍ମୀରୀ ପଣ୍ଡିତଙ୍କୁ ଟାର୍ଗେଟ କିଲିଂ କରାଗଲାଣି ବୋଲି କଂଗ୍ରେସ ଗଣମାଧ୍ୟମ ବିଭାଗ ମୁଖ୍ୟ ପଓ୍ବନ ଖେରା କହିଛନ୍ତି। ଏହା ଉପରେ ମୋଦି ସରକାର ଶ୍ୱେତପତ୍ର ପ୍ରକାଶ କରିବାକୁ ସେ ଦାବି କରିଛନ୍ତି। ଅନ୍ୟପକ୍ଷରେ କଶ୍ମୀରୀ ପଣ୍ଡିତମାନଙ୍କ ଗଣପଳାୟନ ଖବରକୁ ଶୋପିଆନ୍‌ ପ୍ରଶାସନ ଖଣ୍ଡନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri