ପରୀକ୍ଷା ଅନିୟମିତତା: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିକଲା କଂଗ୍ରେସ

ଭୁବନେଶ୍ୱର,୨୨।୬(ସୁନିତ୍‌ ମିଶ୍ର): ୟୁଜିସି-ନେଟ୍‌ ଓ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ଘୋର ଅନିୟମିତତା ହୋଇଥିବା ଅଭିଯୋଗ ଆଣି ଓଡ଼ିଶା କଂଗ୍ରେସ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି।  ଶୁକ୍ରବାର ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସମ୍ପୃକ୍ତ ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ବିରୋଧକରି ଏକ ରାଲି କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଣ୍ଟିନ ଛକଠାରେ ପହଞ୍ଚତ୍ବା ପରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ଶରତ କହିଛନ୍ତି, କେନ୍ଦ୍ରରେ ଥିବା ମୋଦି ସରକାର ଛାତ୍ର ବିରୋଧୀ ସରକାର । ଗତ ବର୍ଷଗୁଡ଼ିକରେ ଅନେକ ପରୀକ୍ଷାରେ ବ୍ୟାପକ ଅନିୟମିତତା ସତ୍ତ୍ୱେ ଏହାକୁ ରୋକିବାରେ ସରକାର ଅସମର୍ଥ ହେଉଛନ୍ତି। ଏହି ଘଟଣାରେ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ ହେଲେ ପ୍ରକୃତ ଦୋଷୀ ସାମ୍ନାକୁ ଆସିବ ବୋଲି ସେ କହିଛନ୍ତି।
କଂଗ୍ରେସ ପକ୍ଷରୁ କୁହାଯାଇଛି, କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ସରକାର ଆସିବା ପରେ ବିଭିନ୍ନ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଓ ଅନିୟମିତତାର ଅନେକ ନଜିର ରହିଛି। ଭାଜପା ଶାସିତ ରାଜ୍ୟର ସରକାରରେ ସର୍ବାଧିକ ପ୍ରଶ୍ନପତ୍ର ପ୍ରଘଟ ହୋଇଛି। ଏହି ମଡେଲକୁ ମୋଦି ସରକାର ଆପଣାଇ ଗତ ୭ ବର୍ଷରେ ୭୦ରୁ ଊର୍ଦ୍ଧ୍ୱ ପରୀକ୍ଷାରେ ପେପର ଲିକ୍‌ ହୋଇଛି। ଏହାଦ୍ୱାରା ୨ କୋଟିରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଏବେ ଅନ୍ଧକାରକୁ ଠେଲିହୋଇଯାଇଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି-ନେଟ୍‌ ଜୁନ୍‌ ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିଲା। ପରେ ଏହି ପରୀକ୍ଷାକୁ ବାତିଲ କରାଯାଇ ସିବିଆଇ ତଦନ୍ତ ଚାଲିଛି। ଡାକ୍ତରୀ ପ୍ରବେଶିକା ପରୀକ୍ଷା ୨୦୨୪(ଏନ୍‌ଇଇଟି)ରେ ମଧ୍ୟ ସମାନଭାବେ ବ୍ୟାପକ ଅନିୟମିତତା ଯଥା: ପ୍ରଶ୍ନପତ୍ର ଲିକ୍‌ ହେବା ଫଳରେ ୨୪ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଏବେ ଅନ୍ଧକାରରେ। ଏହି ପରୀକ୍ଷାରେ ୬୭ ଜଣ ଟପ୍ପର ହେବା, ଗୋଟିଏ ସେଣ୍ଟରରୁ ଏକାଧିକ ଟପ୍ପର, ଗ୍ରେସ୍‌ ମାର୍କ ଦେବା ଇତ୍ୟାଦି ବ୍ୟାପକ ଅନିୟମିତତାର ଜ୍ୱଳନ୍ତ ଉଦାହରଣ। ବର୍ଷ ବର୍ଷ ଧରି କଠିନ ପରିଶ୍ରମକରି ଡାକ୍ତର ହେବା ପାଇଁ ଆଶାବାନ୍ଧିଥିବା ଛାତ୍ରୀଛାତ୍ରମାନଙ୍କୁ ମୋଦି ସରକାର ନିରାଶ କରିଛି। ଏନ୍‌ଟିଏର କାର୍ଯ୍ୟକାରିତା ବର୍ତ୍ତମାନ ସନ୍ଦେହ ଘେରରେ ରହିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୩ ବର୍ଷ ଧରି ଶିକ୍ଷା ବିଭାଗ ଦାୟିତ୍ୱରେ କାର୍ଯ୍ୟ କରୁଥିବା ବେଳେ ପେପର ଲିକ୍‌କୁ ରୋକିବା ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହି ଘଟଣାରେ ପାଟନା ପୋଲିସ ୭ ଜଣକୁ ଗିରଫ କରିଛି । ତନ୍ମଧ୍ୟରୁ ୪ ଜଣ ପରୀକ୍ଷାର୍ଥୀ। ସେମାନେ ଆଗୁଆ ପ୍ରଶ୍ନପତ୍ର ପାଇବା ପୋଲିସ ଆଗରେ ସ୍ବୀକାର ମଧ୍ୟ କରିଛନ୍ତି। ପୂର୍ବରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଶ୍ନପତ୍ର ଲିକ୍‌ ହୋଇନାହିଁ ବୋଲି ଯେଉଁ ବାହୁସ୍ଫୋଟ ମାରୁଥିଲେ ବର୍ତ୍ତମାନ ସର୍ବସମ୍ମୁଖରେ କ୍ଷମା ପ୍ରାର୍ଥନା କରିବା ସହ ନିଜର ନୈତିକତା ଆଧାରରେ କଂଗ୍ରେସ ତାଙ୍କର ଇସ୍ତଫା ଦାବି କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?