Posted inଜାତୀୟ

ଭାଜପା ଆକାଉଣ୍ଟ ଫ୍ରିଜ୍‌ କରାଯାଉ: କଂଗ୍ରେସ

ନୂଆଦିଲ୍ଲୀ,୧୬ା୩: ଇଲେକ୍ଟୋରାଲ୍‌ ବଣ୍ଡ୍‌ ଜରିଆରେ ସଂଗୃହୀତ ମୋଟ ଅର୍ଥର ୫୦% କେବଳ ଭାଜପା ପାଇଛି। କଂଗ୍ରେସ ଏଥିରେ ବଡ଼ ଧରଣର ଦୁର୍ନୀତି ହୋଇଥିବା ଦର୍ଶାଇ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି। ଏଥିସହ ଭାଜପାର ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍‌ (ଅଚଳ) କରାଯାଉ ବୋଲି ବିରୋଧୀ ଦଳ ଦାବି କରିଛି।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ନିକଟରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ଦାଖଲ ତଥ୍ୟ ପ୍ରଘଟ ହେବା ପରେ ଭାଜପାର ଦୁର୍ନୀତି ଧରାପଡ଼ିଯାଇଛି। ଶାସକ ଦଳ ସେଲ୍‌ କମ୍ପାନୀଗୁଡ଼ିକଠାରୁ ବଣ୍ଡ୍‌ ଜରିଆରେ ମନିଲଣ୍ଡରିଂ କରି ଫାଇଦା ପାଇଛି ବୋଲି କଂଗ୍ରେସ
ସାଧାରଣ ସମ୍ପାଦକ ଜୟରାମ ରମେଶ ନିଜ ଏକ୍ସ’ ପୋଷ୍ଟରେ ଉଲ୍ଲେଖ କରିଛନ୍ତି।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ଙ୍କ ମତରେ ଶାସକ ଦଳକୁ ସବୁଠୁ ବଡ଼ ହିତାଧିକାରୀ କରାଇବା ପାଇଁ ଏହି ‘ବୈଧିକୃତ ଲାଞ୍ଚ’ ଯୋଜନା ପ୍ରଣୟନ କରାଯାଇଥିଲା। ସୁପ୍ରିମକୋର୍ଟରେ ଆବେଦନକାରୀମାନଙ୍କ ପକ୍ଷରୁ ଏହି ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ତଥା ରାଜ୍ୟ ସଭା ସଦସ୍ୟ କପିଲ ସିବଲ ମଧ୍ୟ ଇଲେକ୍ଟୋରାଲ ବଣ୍ଡ୍‌କୁ ଏକ ବୃହତ୍‌ ଦୁର୍ନୀତି ଭାବେ ଅଭିହିତ କରି କୋର୍ଟଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଜରିଆରେ ଏହାର ତଦନ୍ତ କରାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri