କ୍ଷମତା ପାଇଁ ଅରାଜକତା କରିବାକୁ ପଛାଏ ନାହିଁ କଂଗ୍ରେସ, କାହିଁକି ମୁଖ୍ୟମନ୍ତ୍ରୀ କହିଲେ ଏମିତି

ଭୁବନେଶ୍ୱର,୨୫।୮(ଅନିଲଦାସ): କ୍ଷମତା ପାଇଁ କଂଗ୍ରେସ ଦେଶରେ ଅରାଜକତା, ବିଶୃଙ୍ଖଳା, ଅସ୍ଥିରତା, ବିଦ୍ୱେଷ ସୃଷ୍ଟି କରିବାକୁ ଆଦୌ ପଛଘୁଞ୍ଚା ଦିଏ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
କଂଗ୍ରେସକୁ ସମାଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶ ବିଭାଜନକାରୀ ଓ ରାଷ୍ଟ୍ରବିରୋଧୀ ତତ୍ତ୍ୱ ସହ ହାତ ମିଳାଇ ବାରମ୍ବାର ଦେଶବାସୀଙ୍କ ସ୍ବାର୍ଥ ଓ ରାଷ୍ଟ୍ରର ସୁରକ୍ଷାକୁ ବିପଦରେ ପକାଇଛି। ନିଜ ସ୍ବାର୍ଥକୁ ଚରିତାର୍ଥ କରିବା ପାଇଁ ଆଗାମୀ ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନରେ ଅବଦୁଲ୍ଲା ପରିବାର ଦ୍ୱାରା ପରିଚାଳିତ ‘ନ୍ୟାଶନାଲ କନଫରେନ୍ସ’ ସହ ମେଣ୍ଟ କରି ବହୁ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନ୍ୟାଶନାଲ କନ୍‌ଫରେନ୍ସ ନିଜ ନିର୍ବାଚନ ଇସ୍ତାହାରରେ ଦେଇଥିବା ପ୍ରତିଶ୍ରୁତି ପ୍ରସଙ୍ଗରେ କଂଗ୍ରେସ ଦଳର ନେତା ରାହୁଲ ଗାନ୍ଧୀ ଦେଶବାସୀଙ୍କୁ ସ୍ପଷ୍ଟୀକରଣ ଦେବା ଉଚିତ।
ଜମ୍ମୁ ଓ କଶ୍ମୀରରେ ପୃଥକ୍‌ ପତାକା ପାଇଁ ନ୍ୟାଶନାଲ କନ୍‌ଫରେନ୍ସର ପ୍ରତିଶ୍ରୁତିକୁ କଂଗ୍ରେସ ଦଳ ସମର୍ଥନ କରୁଛି କି। ଜମ୍ମୁ ଓ କଶ୍ମୀରରେ ପୁଣି ଥରେ ଧାରା ୩୭୦ ଓ ୩୫ (କ)ର ପୁନଃସ୍ଥାପିତ କରିବାକୁ ନ୍ୟାଶନାଲ କନଫରେନ୍ସର ପ୍ରତିଶ୍ରୁତିକୁ କଂଗ୍ରେସ ଦଳ ସମର୍ଥନ କରୁଛି କି। ଏହା ଦ୍ୱାରା ଜମ୍ମୁ ଓ କଶ୍ମୀରରେ ପୁଣି ଥରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି କରି, ଅଶାନ୍ତ ବାତାବରଣ ସୃଷ୍ଟି କରାଯିବାକୁ ସମର୍ଥନ କରୁଛି କି ବୋଲି ମୁଖ୍ୟମନ୍ତ୍ରୀ କଂଗ୍ରେସକୁ ପ୍ରଶ୍ନ କରିଛନ୍ତି।
ଜମ୍ମୁ ଓ କଶ୍ମୀରବାସୀଙ୍କ ସହ କଥାବାର୍ତା ହୋଇ ଶାନ୍ତି ସୌହାର୍ଦ୍ଦ୍ୟ ପ୍ରତିଷ୍ଠା ବଦଳରେ ଚରମ ଶତ୍ରୁ ପାକିସ୍ତାନ ସହ କଥାବାର୍ତ୍ତା କରି ବିଚ୍ଛିନ୍ନତାବାଦୀଙ୍କୁ ପ୍ରୋତ୍ସାହନ ଦେବା ପ୍ରତି କଂଗ୍ରେସର ସମର୍ଥନ ଅଛି କି । ପାକିସ୍ତାନ ସହିତ ବାଣିଜ୍ୟ ଆରମ୍ଭ କରିବା ଆଳରେ ସୀମାରେ ଆତଙ୍କବାଦ କାର୍ଯ୍ୟକଳାପର ପ୍ରୋତ୍ସାହନକୁ କଂଗ୍ରେସ ଦଳ ସମର୍ଥନ କରୁଛି କି। ଏହାଦ୍ୱାରା ସ୍ଥାନୀୟ ଇକୋସିଷ୍ଟମ ପ୍ରଭାବିତ ହେବ ନାହିଁ କି। ଆତଙ୍କବାଦୀ ଓ ପଥର ମାଡ଼ କାର୍ଯ୍ୟରେ ସମ୍ପୃକ୍ତ ଲୋକ ଏବଂ ତାଙ୍କ ପରିବାରର ସଦସ୍ୟମାନଙ୍କୁ ସରକାରୀ ଚାକିରି ଦେବା ନ୍ୟାଶନାଲ କନ୍‌ଫରେନ୍ସର ନିଷ୍ପତ୍ତିିକୁ କଂଗ୍ରେସ ସମର୍ଥନ କରୁଛି କି। କଂଗ୍ରେସ – ମେଣ୍ଟ ଦ୍ୱାରା ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ଘଟାଇବାର ଚକ୍ରାନ୍ତ କରାଯାଉଛି। ଦଳିତ, ଗୁଜ୍ଜର, ବକରବାଲ ଓ ପାହାଡ ଅଞ୍ଚଳ ବାସିନ୍ଦାଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥାକୁ ସମାପ୍ତ କରି ତାଙ୍କ ପ୍ରତି ଅନ୍ୟାୟ କରିବାକୁ ଯାଉଛି ନ୍ୟାଶନାଲ କନଫରେନ୍ସ। ଏହାକୁ କଂଗ୍ରେସ ଦଳ ସମର୍ଥନ କରୁଛି କି। ‘ଶଙ୍କରାଚାର୍ଯ୍ୟ ପର୍ବତ’କୁ ‘ତକ୍ତ-ଏ-ସୁଲେମାନ’ ଏବଂ ‘ହରି ପର୍ବତ’କୁ ‘କୋହ-ଏ-ମାରନ୍‌’ ନାମରେ ପରିଣତ କରିବାର ନ୍ୟାଶନାଲ କନ୍‌ଫରେନ୍ସର ଚକ୍ରାନ୍ତକୁ କଂଗ୍ରେସର ସମର୍ଥନ ରହିଛି କି। ଜମ୍ମୁ-କଶ୍ମୀରର ଅର୍ଥ ବ୍ୟବସ୍ଥାକୁ ପୁନର୍ବାର ଦୁର୍ନୀତି ମଧ୍ୟକୁ ଠେଲି ଦେଇ ଏକ ପାକିସ୍ତାନ ସମର୍ଥିତ ଏକ ନିର୍ଦ୍ଦିଷ୍ଟ ପରିବାରକୁ ହସ୍ତାନ୍ତର କରିବା ରାଜନୀତିକୁ କଂଗ୍ରେସ ସମର୍ଥନ କରୁଛି କି। ଜମ୍ମୁ ଏବଂ ଘାଟି ଅଞ୍ଚଳବାସିନ୍ଦାଙ୍କ ମଧ୍ୟରେ ଭେଦଭାବ ସୃଷ୍ଟି କରି ଅସ୍ଥିରତା ସୃଷ୍ଟି କରିବାକୁ କଂଗ୍ରେସ ଦଳ ଚାହୁଁଛି କି। ଜମ୍ମୁ ଓ କଶ୍ମୀରକୁ ସ୍ବାୟତ୍ତତା ପ୍ରଦାନ କରି ନ୍ୟାଶନାଲ କନ୍‌ଫରେନ୍ସର ବିଭାଜନକାରୀ ରାଜନୀତିକୁ କଂଗ୍ରେସ ସମର୍ଥନ କରୁଛି କି। କଂଗ୍ରେସ ଏବଂ ତାଙ୍କ ନେତା ରାହୁଲ ଗାନ୍ଧୀ ଦେଶବାସୀଙ୍କ ସମ୍ମୁଖରେ ଏହାର ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…

ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ, ଲକ୍ଷଲକ୍ଷ ଇଣ୍ଡିଆନ ରେଲେଓ଼୍ବରେ ହେବ…

ନୂଆଦିଲ୍ଲୀ,୨୭।୨: ରେଳ ମନ୍ତ୍ରଣାଳୟ ପେନସନଭୋଗୀଙ୍କୁ ସାଇବର ଠକେଇ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇ ଏକ ସରକାରୀ ପରାମର୍ଶ ଜାରି କରିଛି। ସମ୍ପ୍ରତି, ଅନେକ ମାମଲା ସାମ୍ନାକୁ…

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ…

ବଦ୍‌ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!

ଇସଲାମାବାଦ୍‌,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଦିନ ଦ୍ୱିପ୍ରହରେ ହେଲମେଟ୍‌ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି…

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri