Posted inଜାତୀୟ

ବିରୋଧୀଙ୍କ ନେତୃତ୍ୱ ନେବାକୁ ଚାହୁଁନି କଂଗ୍ରେସ

ନୂଆଦିଲ୍ଲୀ,୨୦।୮ : ବିରୋଧୀଙ୍କ ନେତୃତ୍ୱ ନେବା ଉପରେ କଂଗ୍ରେସର ସାମର୍ଥ୍ୟକୁ ଏବେ ସନ୍ଦେହ କରାଯାଉଛି। ଏଣୁ କଂଗ୍ରେସ ବିରୋଧୀ ଦଳର ନେତୃତ୍ୱ ନେବାକୁ ଚାହୁଁ ନାହିଁ। ୧୯ଟି ବିରୋଧୀ ଦଳର ନେତାଙ୍କ ସହ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ଏଭଳି କହିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ।

”କେନ୍ଦ୍ରରୁ ଭାଜପା ନେତୃତ୍ୱାଧୀନ ସରକାରକୁ ହରାଇବା ପାଇଁ ଆମକୁ ବ୍ୟକ୍ତିଗତ ସ୍ବାର୍ଥକୁ ଭୁଲିବାକୁ ପଡ଼ିବ। ଏକତ୍ରିତ ହୋଇ କାର୍ଯ୍ୟ କରିବାର ସମୟ ଆସିଯାଇଛି। ୨୦୨୪ ଲୋକ ସଭା ନିର୍ବାଚନ ଜିତିବାର ଲକ୍ଷ୍ୟକୁ ବାସ୍ତବ ରୂପ ଦେବା ଲାଗି ଅନ୍ୟ କୌଣସି ଉପାୟ ନାହିଁ। ସାଧାରଣ ନିର୍ବାଚନ ଜିତିବାକୁ ହେଲେ ଆମକୁ ବ୍ୟବସ୍ଥିତ ଯୋଜନା ପ୍ରସ୍ତୁତ କରିବା ପଡ଼ିବ“ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ବୈଠକରେ କହିଛନ୍ତି।

ଭର୍ଚୁଆଲ ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର, ଆରଜେଡି ନେତା ତେଜସ୍ବୀ ଯାଦବ, ସିପିଏମ୍‌ ନେତା ସୀତାରାମ ୟେଚୁରୀ ପ୍ରମୁଖ ଯୋଗ ଦେଇଥିଲେ। ବୈଠକ ପରେ ନେତାମାନଙ୍କ ପକ୍ଷରୁ ଏକ ମିଳିତ ବିବୃତି ପ୍ରକାଶ କରାଯାଇଛି। ଏଥିରେ ସେମାନେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା, ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ ଏବଂ ଟିକାକରଣ ନୀତିରେ ପରିବର୍ତ୍ତନ ଲାଗି ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri