ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନାହିଁ। ଅନ୍ୟପଟେ ରବି ଚାଷକାର୍ଯ୍ୟ ସମୟ ଗଡି ଚାଲିଥିବାବେଳେ ଖରିଫ୍ ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳିଥିବା ଟୋକନ ଅବଧି ସରି ବସିଛି। ବରଗଡ଼ ଜିଲାରେ ମଧ୍ୟ ଏହି ସମସ୍ୟା ଲାଗି ରହିଥିବା ବେଳେ ଚାଷୀ ଅସନ୍ତୋଷ ବଢିଚାଲିଛି। ଏଭଳି ସମସ୍ୟାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେଡି ରାଜ୍ୟ ସରକାରଙ୍କୁ ଘେରି ବସିଛି। ବିଜେଡ଼ି ଜିଲାର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଚାଷୀ ସମାବେଶ କରି ଆସୁଥିବା ବେଳେ ମଙ୍ଗଳବାର କଂଗ୍ରେସ ବରଗଡ଼ ସଦର ମହକୁମାରେ ବିଶାଳ ଚାଷୀ ସମାବେଶ କରିଛି। ଜିଲା କିସାନ କଂଗ୍ରେସ ତରଫରୁ ହୋଇଥିବା  ଏହି ସମାବେଶ ପରିପ୍ରେକ୍ଷୀରେ ସ୍ଥାନୀୟ ନଦୀ ପଡାରୁ ଏକ ବିଶାଳ ବିକ୍ଷୋଭ ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟ ଅଭିମୁଖେ ବାହାରିଥିଲା। ଜିଲାପାଳ କାର୍ଯ୍ୟାଳୟ ନିକଟ ଗାନ୍ଧିଛକରେ ଧାନବିକ୍ରି ଅବ୍ୟବସ୍ଥା ନେଇ ଏକ ପ୍ରତିବାଦ ସଭା ହୋଇଛି । ଏଥିରେ ଓଡିଶା କଂଗ୍ରେସ ପ୍ରଭାରୀ ତଥା କଂଗ୍ରେସ ସାଧାରଣ ସମ୍ପାଦକ ଅଜୟ ଲଲ୍ଲୁ, ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ , ପ୍ରଦେଶ କିସାନ ସେଲ ସଭାପତି ଅଭୟ ସାହୁ ପ୍ରମୁଖ ଯୋଗଦାନ କରି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି । ପରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବା କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri