Posted inଜାତୀୟ

ଶାହାଙ୍କ ବିରୋଧରେ ଏତଲା ଦାବିକଲା କଂଗ୍ରେସ

ବେଙ୍ଗାଲୁରୁ,୨୮ା୪ (ପି.ଟି.): କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହେଲେ ଦଙ୍ଗା ପ୍ରପୀଡ଼ିତ ହେବ ଏବଂ ରାଜ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବ ବାଧାପ୍ରାପ୍ତ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଥିଲେ। କଂଗ୍ରେସ ତାଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିବା ସହ ଏଭଳି ମନ୍ତବ୍ୟ ପାଇଁ ଶାହା ଓ ଅନ୍ୟମାନଙ୍କ ବିରୋଧରେ ତୁରନ୍ତ ଏତଲା ଦାଏର କରିବାକୁ ଅନୁରୋଧ କରିଛି। କର୍ନାଟକ ଦାୟିତ୍ୱରେ ଥିବା ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ୍‌ ସିଂ ସୁର୍ଜଓ୍ବୋଲା, ରାଜ୍ୟ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର ହାଇ ଗ୍ରାଉଣ୍ଡସ୍‌ ଥାନାକୁ ଯାଇ ଏସ୍‌ଏଚ୍‌ଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଗତ ୨୫ ତାରିଖରେ ଶାହା ବିଜୟପୁରାରେ ଏକ ସଭାକୁ ଉଦ୍‌ବୋଧନ ଦେବା ଅବସରରେ କଂଗ୍ରେସର ଭାବମୂର୍ତ୍ତି କ୍ଷୁଣ୍ଣ କରିବା ଲାଗି ମିଥ୍ୟା ଷଡ଼ଯନ୍ତ୍ରପୂର୍ଣ୍ଣ ବୟାନ ଦେଇଥିଲେ ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଉପସ୍ଥିତ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଭେଦଭାବର ବାତାବରଣ ସୃଷ୍ଟି କରିବା ଶାହାଙ୍କ ମନ୍ତବ୍ୟର ଉଦ୍ଦେଶ୍ୟ ଥିଲା ବୋଲି କଂଗ୍ରେସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?