Odisha Elections 2024

କଂଗ୍ରେସରୁ ଆଉଟ୍‌ ହେବେ ସୁର ରାଉତରାୟ!

ଭୁବନେଶ୍ୱର,୩।୪: ପୁଅ ପାଇଁ ଅଡୁଆରେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। କଂଗ୍ରେସ ପଠାଇଲା କାରଣ ଦର୍ଶାଅ ନୋଟିସ୍‌। ବୁଧବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପକ୍ଷରୁ ସୁରଙ୍କୁ କାରଣ ଦର୍ଶାଅ ନୋଟିସ୍‌ ପଠାଯାଇଛି। ନୋଟିସ୍‌ରେ କାହିଁକି ପୁଅ ମନ୍ମଥ ରାଉତରାୟ ପାଇଁ ଭୋଟ ମାଗୁଛନ୍ତି ବୋଲି କୁହାଯାଇଛି। ଏନେଇ ପିସିସି ସଭାପତି ସୁରଙ୍କୁ ଜବାବ ମାଗିଛନ୍ତି।

କିଛିଦିନ ପୂର୍ବରୁ ସୁରଙ୍କ ସାନପୁଅ ମନ୍ମଥ ବିଜେଡି ଯୋଗ ଦେଇଥିଲେ। ଏନେଇ ସୁର ପିସିସି ସଭାପତିଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ଯେଉଁଥିରେ ସେ କହିଥିଲେ, ‘ପୁଅ ମନ୍ମଥ ବିଜେଡିରେ ଯୋଗ ଦେଇଥିବାରୁ ମୋତେ ଏହା ଆଘାତ ଦେଇଛି। ତେଣୁ ମୁଁ ଦଳର ସମସ୍ତ ପଦରୁ ଇସ୍ତଫା ପ୍ରଦାନ କରୁଛି। କିନ୍ତୁ କଂଗ୍ରେସରେ ରହିବା ସହ ମୋର ସମସ୍ତ ଭୋଟ କଂଗ୍ରେସକୁ ହିଁ ଦେବି’। କିନ୍ତୁ ଗତକାଲି ଅର୍ଥାତ୍‌ ମଙ୍ଗଳବାର ସୁର ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ଭୋଟ ମାଗିବା ସହ ବିଜେଡି ପାଇଁ ପ୍ରଚାର କରିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉତ୍ତର ଭୁବନେଶ୍ୱରରେ ଏକ କ୍ରିକେଟ ମ୍ୟାଚ କାର୍ଯ୍ୟକ୍ରମରେ ସେ ଯୋଗଦେଇଥିଲେ। ସେଠାରେ ସ୍ଥାନୀୟ ବିଜେଡି ବିଧାୟକ ସୁଶାନ୍ତ ରାଉତ ମଧ୍ୟ ଉପସ୍ଥିତ ଥିଲେ। ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ। ଉତ୍ତର ଭୁବନେଶ୍ୱରରେ ଗତ ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି। ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି।

‘ଏଥର ସୁଶାନ୍ତ ହିଁ ଜିତିବେ ବୋଲି ଦୃଢ଼ୋକ୍ତି ସହ କହିଥିଲେ। ଖାଲି ଏତିକି ନୁହେଁ, ନିଜ ପୁଅ ମନ୍ମଥଙ୍କୁ ବିଜେଡିରୁ ଅଫର୍‌ ଦିଆଯାଇଛି। ଜଗନ୍ନାଥ ବଡ଼ ସୁଯୋଗ ଦେଇଛନ୍ତି, ମାଡ଼ି ଚାଲ ବୋଲି ମନ୍ମଥଙ୍କୁ କହିଥିଲେ’। ତାଙ୍କ ପୁଅ ଓ ସୁଶାନ୍ତ ରାଉତଙ୍କୁ ଡବଲ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିବା ଭିଡିଓ ଭାଇରାଲ ହେଉଛି। ସୁରଙ୍କ ଏଭଳି ଭିଡିଓକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ସେ ଯିଏ ହୁଅନ୍ତୁନା କାହିଁକି ଦଳର ଶୃଙ୍ଖଳା ଭଙ୍ଗ କଲେ କାର୍ଯ୍ୟାନୁଷ୍ଠାନ ହେବ। ଅନ୍ୟପଟେ ବିଜେଡି ପାଇଁ ଭୋଟ ମାଗିବାର ଏହି ଭିଡିଓକୁ ସୁର ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ‘ଦଳ ନୁହେଁ, ଖେଳ ମିଟିଂକୁ ଯାଇଥିଲି’।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସର ଏମପି ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ।...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି...

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri