କଂଗ୍ରେସ ଫିକ୍ସ କଲା ପ୍ରାର୍ଥୀ ତାଲିକା; ବାଲେଶ୍ୱରରୁ ଶ୍ରୀକାନ୍ତ, ପୁରୀରେ ନୂଆ ମୁହଁ!

ଭୁବନେଶ୍ୱର,୪।୪: ମୁଣ୍ଡ ଉପରେ ନିର୍ବାଚନ। ରାଜ୍ୟରେ ବଢୁଥିବା ତାପମାତ୍ରର ପରି ରାଜ୍ୟ ରାଜନୀତି ମଧ୍ୟ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସ ମଧ୍ୟ ୪୯ ବିଧାନସଭା ଓ ୮ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି। ତେବେ ଦଳ ଏଯାଏଁ କେତେକ ପ୍ରମୁଖ ଅଞ୍ଚଳରେ ପ୍ରାର୍ଥୀ ଘୋଷଣା କରିନାହିଁ। ଟିକେଟ୍‌ ନ ପାଇପାରୁ ଦଳ ଛାଡ଼ୁଥିବା ବିଦ୍ରୋହୀଙ୍କ ପାଇଁ ଟିକେଟ୍‌ ଘୋଷଣା ବିଳମ୍ବ ହେଉଛି। ଏପଟେ ଦଳୀୟ କନ୍ଦଳ ପିଛା ଛାଡ଼ୁନାହିଁ।

ତେବେ ଏହାରି ଭିତରେ ରାଜନୈତିକ ବିଶାରଦମାନେ ଅନୁମାନ କରୁଛନ୍ତି କି, କଂଗ୍ରେସ ବାଲେଶ୍ୱର ଲୋକ ସଭା ଆସନରୁ ଶ୍ରୀକାନ୍ତ ଜେନାଙ୍କୁ ଫିକ୍ସ କରି ସାରିଛି। ଲୋକ ସଭା ପ୍ରାର୍ଥୀ ଆଶାୟୀ ନବଜ୍ୟୋତି ପଟ୍ଟନାୟକଙ୍କ ଟିକେଟ୍‌ କଟିଥିବା କୁହାଯାଉଛି। ସେହପରି ପୁରୀ ଲୋକ ସଭା ସିଟ୍‌ ପାଇଁ ସୁଚରିତା ମହାନ୍ତିଙ୍କୁ ଟିକେଟ୍‌ ମିଳିଛି। ସୁଚରିତା ୨୦୧୪ ଲୋକ ସଭା ଆସନରେ ୨୩୩,୩୬୧ ଭୋଟ୍‌ ବ୍ୟବଧାନରେ ପିନାକୀ ମିଶ୍ରଙ୍କ ଠାରୁ ପରାଜିତ ହୋଇଥିଲେ। ସୁଚରିତା ଯଦି ଟିକେଟ୍‌ ପାଆନ୍ତି ତେବେ ଭାଜପାର ସମ୍ବିତ ପାତ୍ର ଓ ବିଜେଡିର ଅରୂପ ପଟ୍ଟନାୟକଙ୍କ ସହ ତାଙ୍କର ଲଢେଇ ହେବ।

ଏହିକ୍ରମରେ ପୁରୀ ବିଧାନସଭା ଟିକେଟ୍‌ ନେଇ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ନାଁ ଆଗରେ ରହିଛି। ପୂର୍ବଥର ସେ ସତ୍ୟବାଦୀରୁ ଲଢିଥିଲେ। ଏଥର ଦଳ ତାଙ୍କୁ ପୁରୀ ବିଧାନସଭା ଟିକେଟ୍‌ ଦେଇପାରେ ବୋଲି ଚର୍ଚ୍ଚା ହେଉଛି। ସେହିପରି ଭୁବନେଶ୍ୱର ସିଟ୍‌ ପାଇଁ ଛାତ୍ର କଂଗ୍ରେସ ନେତା ୟସିର ନଓ୍ବାଜଙ୍କ ନାଁ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଶିମିଳିପାଳ ବାନଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବାନଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri