Posted inଜାତୀୟ

୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଗଠନ ହେଲା ଟାସ୍କ ଫୋର୍ସ

ନୂଆଦିଲ୍ଲୀ,୨୪।୫: ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏବେଠାରୁ ନିଜର ରଣନୀତି ପ୍ରସ୍ତୁତ କରିବାକୁ ଲାଗିପଡ଼ିଲାଣି। ମଙ୍ଗଳବାର ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ କଂଗ୍ରେସରେ ଆଠ ଜଣିଆ ସଦସ୍ୟ ବିଶିଷ୍ଟ ରାଜନୈତିକ ବ୍ୟାପାର କମିଟି ଏବଂ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ତେବେ କଂଗ୍ରେସର ରାଜନୈତିକ ବ୍ୟାପାର କମିଟିରେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖର୍ଗେ, ଗୁଲାମ ନବୀ ଆଜାଦ, ଅମ୍ବିକା ସୋନି, ଦିଗ୍‌ବିଜୟ ସିଂ, ଆନନ୍ଦ ଶର୍ମା, କେସି ବେଣୁଗୋପାଲ, ଜିତେନ୍ଦ୍ର ସିଂ ରହିବେ। ସେହିପରି ପି.ଚିଦାମ୍ବରମ, ମୁକୁଲ ୱାସନିକ, ଜୟରାମ ରମେଶ, କେସି ବେଣୁଗୋପାଲ, ଅଜୟ ମାକେନ, ପ୍ରିୟଙ୍କା ଗାନ୍ଧୀ, ରଣଦୀପ ସୁର୍ଜେୱାଲା, ସୁନୀଲ କାନୁଗୋଲୁଙ୍କ ନାମ ୨୦୨୪ ନିର୍ବାଚନ ପାଇଁ ଗଠନ ହୋଇଥିବା ଟାସ୍କ ଫୋର୍ସରେ ସାମିଲ ରହିଛି। କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ରାଜନୈତିକ ବ୍ୟାପାର କମିଟିର ଅଧ୍ୟକ୍ଷତା କରିବେ। ଅନ୍ୟପଟେ ଲୋକ ସଭା ନିର୍ବାଚନ ପାଇଁ ଗଠିତ ଟାସ୍କ ଫୋର୍ସରେ ଜଡ଼ିତ ନେତାମାନଙ୍କୁ ବିଭିନ୍ନ ସଂଗଠନ, ଗଣମାଧ୍ୟମ, ଅର୍ଥ, ନିର୍ବାଚନ ପରିଚାଳନାର ଦାୟିତ୍ୱ ଦିଆଯିବ। ସୂଚନାଯୋଗ୍ୟ, ଉଭୟ ଗୁରୁତ୍ୱପୂର୍ଣ୍ଣ କମିଟିରେ ଗୁଲାମ ନବୀ ଆଜାଦ, ଆନନ୍ଦ ଶର୍ମା, ମୁକୁଲ ୱାସନିକଙ୍କ ଭଳି ଅସନ୍ତୁଷ୍ଟ ନେତାଙ୍କୁ ସ୍ଥାନ ଦିଆଯାଇଥିବା ବେଳେ ଅନ୍ୟପଟେ ପ୍ରଶାନ୍ତ କିଶୋରଙ୍କ ସ୍ଥାନରେ ନିର୍ବାଚନ ରଣନୀତିଜ୍ଞ ସୁନୀଲ କାନୁଗୋଲୁଙ୍କୁ ସାମିଲ କରାଯାଇଛି। ଯଏ କନର୍ର୍ାଟକ ଏବଂ ତେଲେଙ୍ଗାନାରେ କଂଗ୍ରେସ ପାଇଁ କାର୍ଯ୍ୟ କରୁଛନ୍ତି। ଅକ୍ଟୋବର ୨ରୁ ଆରମ୍ଭ ହେବାକୁ ଯାଉଥିବା ‘ଭାରତ ଯୋଡୋ’ ଯାତ୍ରାର ପ୍ରସ୍ତୁତି ପାଇଁ ଏକ କମିଟି ଗଠନ କରାଯାଇଛି। ଯେଉଁଥିରେ ଦିଗ୍‌ବିଜୟ ସିଂ, ସଚିନ ପାଇଲଟ, ଶଶି ଥରୁର, ରବନୀତ ବିଟ୍ଟୁ, କେ.ଜେ ଜର୍ଜ, ଯୋଥି ମଣିଙ୍କ ଭଳି ଅନେକ ନେତା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri