କଂଗ୍ରେସ ଗଠନ କଲା କମିଟି

ଭୁବନେଶ୍ବର,୧୨।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ସମ୍ପ୍ରତି କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଭାରତ ଯୋଡ଼ୋ ଯାତ୍ରା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଛି। ସେହିପରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ‘ଭାରତ ଯୋଡ଼ୋ(ପରିବର୍ତ୍ତନ) ଯାତ୍ରା’ ଆସନ୍ତା ୩୧ ତାରିଖ ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କଠାରୁ ଆରମ୍ଭ ହେବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଏହି ଯାତ୍ରାକୁ ରାଜ୍ୟର ୩୩ଟି କଂଗ୍ରେସ ସାଙ୍ଗଠନିକ ଜିଲାରେ ସଫଳତାର ସହ ଅନୁଷ୍ଠିତ କରାଇବା ପାଇଁ ପିସିସି ସଭାପତି ଏକ ‘ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେଶନ କମିଟି’ ଗଠନ କରିଛନ୍ତି। ଜିଲାରେ କାର୍ଯ୍ୟକ୍ରମ ସଫଳ ହେବା ନିମନ୍ତେ ଏହି କମିଟି ସମସ୍ତ ପଦକ୍ଷେପ ଗ୍ରହଣ କରିବ ବୋଲି ସେ କହିଛନ୍ତି। ଏହି କମିଟିରେ ବିଧାୟକ ସନ୍ତୋଷ ସିଂ ସାଲୁଜା ଅଧ୍ୟକ୍ଷ ରହିଥିବା ବେଳେ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସହ ଅଧ୍ୟକ୍ଷ ଏବଂ ସଞ୍ଜୟ ତ୍ରିପାଠୀ ଆବାହକ ଭାବେ ରହିଛନ୍ତି। ଅନ୍ୟତମ ସଭ୍ୟ ଭାବେ ନେତୃବୃନ୍ଦ ସୁଦର୍ଶନ ଦାସ, ନବଜ୍ୟୋତି ପଟ୍ଟନାୟକ, ମାନସ ଚୌଧୁରୀ, ସଞ୍ଜୀବ ଗିରି, ବିଶ୍ୱଜିତ ଦାଶ, ବିସ୍ମୟ ମହାପାତ୍ର, ଅମିୟ ପାଣ୍ଡବ ଓ ଦୁର୍ଗାପ୍ରସାଦ ପାଢ଼ୀ ପ୍ରମୁଖ ଅଛନ୍ତି ବୋଲି କଂଗ୍ରେସ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri