Posted inଜାତୀୟ

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ଏହି ବାର୍ତ୍ତାରେ ସେ ଶାସକ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଆଜି ଦେଶର କୋଣଅନୁକୋଣରେ ଯୁବକମାନେ ବେକାରୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ମହିଳମାନଙ୍କୁ ନିର୍ଯାତନା ଦିଆଯାଉଛି। ଦଳିତ, ଆଦିବାସୀ, ପଛୁଆ ବର୍ଗ ଏବଂ ସଂଖ୍ୟଲଘୁ ସମ୍ପ୍ରଦୟର ଲୋକମାନେ ଭେଦଭାବର ଶିକାର ହେଉଥିବା ସୋନିଆ କହିଛନ୍ତି।

ସୋନିଆ କହିଛନ୍ତି, ଦେଶରେ ଏଭଳି ପରିବେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପାର ନୀତି ଯୋଗୁ ହେଉଛି। ଏମାନଙ୍କର ଧ୍ୟାନ କେବଳ କଳେ ବଳେ କୌଶଳେ ଶାସନ କ୍ଷମତା ହାସଲ ଉପରେ ରହିଛି। ରାଜନୈତିକ ଲାଭ ପାଇଁ ଘୃଣାକୁ ପ୍ରୋତ୍ସାହନ ଦିଆଯାଉଛି। କଂଗ୍ରେସ ଦଳ ଏବଂ ମୁଁ ସର୍ବଦା ଅଗ୍ରଗତି ଏବଂ ବଞ୍ଚିତମାନଙ୍କୁ ନ୍ୟାୟ ଦେବା ସହ ଦେଶକୁ ମଜଭୂତ କରିବା ଲାଗି ସଂଘର୍ଷ କରିଆସୁଛୁ।

ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଜାରି ମାନିଫେଷ୍ଟୋ ବିଷୟରେ ଉଲ୍ଲେଖ କରି ସୋନିଆ କହିଛନ୍ତି, ଆମର ନ୍ୟାୟ ପତ୍ର ଏବଂ ଆମର ଗ୍ୟାରେଣ୍ଟି ହେଉଛି ଯେ ଦେଶକୁ ଏକଜୁଟ ରଖିବା ଏବଂ ଗରିବ, ମହିଳା, କୃଷକ, ଶ୍ରମିକ ଏବଂ ବଞ୍ଚିତ ସମ୍ପ୍ରଦାୟକୁ ଶକ୍ତି ପ୍ରଦାନ କରିବା। ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ କଂଗ୍ରେସ ଏବଂ ଭାରତ ମିଳିତ ସମର୍ପିତ। ସମସ୍ତଙ୍କ ପାଇଁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କଂଗ୍ରେସକୁ ଭୋଟ ଦିଅନ୍ତୁ ଏବଂ ଏକ ଶକ୍ତିଶାଳୀ ଭାରତ ଗଠନ କରନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri