Posted inଜାତୀୟ

କଂଗ୍ରେସ ପ୍ରତିଷ୍ଠା ଦିବସ: ବିଦେଶରେ ରାହୁଲ, ଆସିଲେନି ସୋନିଆ

ନୂଆଦିଲ୍ଲୀ,୨୮ ।୧୨: କଂଗ୍ରେସ ଦଳ ସୋମବାର ତା’ର ୧୩୬ ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଦଳ ମୁଖ୍ୟାଳୟରେ ବରିଷ୍ଠ କଂଗ୍ରେସ ନେତା ଏ.କେ. ଆଣ୍ଟୋନି ପତାକା ଉତ୍ତୋଳନ କରିଛନ୍ତି । ପ୍ରତିଷ୍ଠା ଦିବସରେ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଉପସ୍ଥିତ ନ ଥିବା ବେଳେ ରାହୁଲ ମଧ୍ୟ ବିଦେଶ ଯାତ୍ରା କରିଛନ୍ତି । ଯାହାକୁ ନେଇ ଏବେ ସମାଲୋଚନା ହେଉଛି । ହେଲେ ଦଳର ମହାସଚିବ ପ୍ରିୟଙ୍କା ଗାନ୍ଧୀ ପ୍ରତିଷ୍ଠା ଦିବସରେ ସାମିଲ ହୋଇଥିଲେ । ଅନ୍ୟପଟେ ଆଣ୍ଟୋନି ଆଜି ତାଙ୍କର ୮୧ ତମ ଜନ୍ମଦିନ ପାଳନ କରୁଛନ୍ତି । ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ନ ଦେଇ ସୋନିଆ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି । ଏଥିରେ ସେ ଦଳୀୟ କର୍ମୀଙ୍କୁ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କେନ୍ଦ୍ର ସରକାରଙ୍କ ଦ୍ୱାରା ଜନତାଙ୍କ ଅଧିକାରକୁ ମାରି ଦିଆଯାଉଛି । ସବୁଠି ଏକଛଦ୍ରବାଦ ଶାସନ ଚାଲିଛି । ବେରୋଜଗାରୀ ଚରମ ସୀମାରେ ପହଞ୍ଚିଲାଣି । ଜମି-ବାଡି ଉପରେ ନଜର ପକାଗଲାଣି । ଅନ୍ନଦାତାଙ୍କ ଉପରେ କଳା ଆଇନ ଲଦି ଦିଆଯାଉଛି । ଅନ୍ୟପଟେ ରାହୁଲ ବିଦେଶ ଗସ୍ତ କରିଥିବା କଥା ଗୋଟିଏ ଦିନ ପୂର୍ବରୁ କଂଗ୍ରେସ ପ୍ରବକ୍ତା ରଣଦୀପ ସୁରଜେୱାଲା ସୂଚନା ଦେଇଥିଲେ । ହେଲେ ସେ କେଉଁଠିକୁ ଯାଇଛନ୍ତି ତାହା ସେ ସ୍ପଷ୍ଟ କରି ନ ଥିବା ବେଳେ ରାହୁଲ ଇଟାଲୀ ମାମୁ ଘରକୁ ଯାଇଥିବା ଅନୁମାନ କରାଯାଉଛି । ଭାରତୀୟ ଜନତା ପାର୍ଟି(ଭଜପା) ରାହୁଲଙ୍କ ବିଦେଶ ଗସ୍ତକୁ ନେଇ କଟାକ୍ଷ କରିଥିବା ବେଳେ କଂଗ୍ରେସ ନେତା କେସି ଭେନୁଗୋପାଳ କହିଛନ୍ତି ଭାଜପା କେବଳ ଗୋଟିଏ ନେତାଙ୍କୁ ଟାର୍ଗେଟ କରୁଛି ଆଉ ସିଏ ହେଉଛନ୍ତି ରାହୁଲ ଗାନ୍ଧୀ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri