Posted inଜାତୀୟ

କଂଗ୍ରେସ ପ୍ରତିଷ୍ଠା ଦିବସ: ବିଦେଶରେ ରାହୁଲ, ଆସିଲେନି ସୋନିଆ

ନୂଆଦିଲ୍ଲୀ,୨୮ ।୧୨: କଂଗ୍ରେସ ଦଳ ସୋମବାର ତା’ର ୧୩୬ ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଦଳ ମୁଖ୍ୟାଳୟରେ ବରିଷ୍ଠ କଂଗ୍ରେସ ନେତା ଏ.କେ. ଆଣ୍ଟୋନି ପତାକା ଉତ୍ତୋଳନ କରିଛନ୍ତି । ପ୍ରତିଷ୍ଠା ଦିବସରେ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଉପସ୍ଥିତ ନ ଥିବା ବେଳେ ରାହୁଲ ମଧ୍ୟ ବିଦେଶ ଯାତ୍ରା କରିଛନ୍ତି । ଯାହାକୁ ନେଇ ଏବେ ସମାଲୋଚନା ହେଉଛି । ହେଲେ ଦଳର ମହାସଚିବ ପ୍ରିୟଙ୍କା ଗାନ୍ଧୀ ପ୍ରତିଷ୍ଠା ଦିବସରେ ସାମିଲ ହୋଇଥିଲେ । ଅନ୍ୟପଟେ ଆଣ୍ଟୋନି ଆଜି ତାଙ୍କର ୮୧ ତମ ଜନ୍ମଦିନ ପାଳନ କରୁଛନ୍ତି । ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ନ ଦେଇ ସୋନିଆ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି । ଏଥିରେ ସେ ଦଳୀୟ କର୍ମୀଙ୍କୁ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କେନ୍ଦ୍ର ସରକାରଙ୍କ ଦ୍ୱାରା ଜନତାଙ୍କ ଅଧିକାରକୁ ମାରି ଦିଆଯାଉଛି । ସବୁଠି ଏକଛଦ୍ରବାଦ ଶାସନ ଚାଲିଛି । ବେରୋଜଗାରୀ ଚରମ ସୀମାରେ ପହଞ୍ଚିଲାଣି । ଜମି-ବାଡି ଉପରେ ନଜର ପକାଗଲାଣି । ଅନ୍ନଦାତାଙ୍କ ଉପରେ କଳା ଆଇନ ଲଦି ଦିଆଯାଉଛି । ଅନ୍ୟପଟେ ରାହୁଲ ବିଦେଶ ଗସ୍ତ କରିଥିବା କଥା ଗୋଟିଏ ଦିନ ପୂର୍ବରୁ କଂଗ୍ରେସ ପ୍ରବକ୍ତା ରଣଦୀପ ସୁରଜେୱାଲା ସୂଚନା ଦେଇଥିଲେ । ହେଲେ ସେ କେଉଁଠିକୁ ଯାଇଛନ୍ତି ତାହା ସେ ସ୍ପଷ୍ଟ କରି ନ ଥିବା ବେଳେ ରାହୁଲ ଇଟାଲୀ ମାମୁ ଘରକୁ ଯାଇଥିବା ଅନୁମାନ କରାଯାଉଛି । ଭାରତୀୟ ଜନତା ପାର୍ଟି(ଭଜପା) ରାହୁଲଙ୍କ ବିଦେଶ ଗସ୍ତକୁ ନେଇ କଟାକ୍ଷ କରିଥିବା ବେଳେ କଂଗ୍ରେସ ନେତା କେସି ଭେନୁଗୋପାଳ କହିଛନ୍ତି ଭାଜପା କେବଳ ଗୋଟିଏ ନେତାଙ୍କୁ ଟାର୍ଗେଟ କରୁଛି ଆଉ ସିଏ ହେଉଛନ୍ତି ରାହୁଲ ଗାନ୍ଧୀ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri