ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ। ଏନେଇ ଶୁକ୍ରବାର କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ାଙ୍କ ସଭାପତିତ୍ୱରେ କଂଗ୍ରେସର ଗ୍ୟାରେଣ୍ଟି ଉପରେ ପ୍ରକାଶ କରିଥିଲେ। ଗ୍ୟାରେଣ୍ଟିଗୁଡ଼ିକ ହେଲା ବୋନସ୍‌ ସହ ଧାନର କ୍ରୟ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୩୦୦୦ ଟଙ୍କା, କୃଷିଋଣ ଛାଡ଼ ଓ କୃଷକ ପାଇଁ ମାସିକ ପେନ୍‌ସନ୍‌ ୨୦୦୦ ଟଙ୍କା, ପ୍ରତ୍ୟେକ ଘରୋଇ ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍‌ ବିଦ୍ୟୁତ ଦେୟ ଛାଡ଼, ୫ ଲକ୍ଷ ଯୁବତୀ/ ଯୁବକଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା ଓ ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା, ସମସ୍ତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଛାଡ଼, ଗୃହଲଷ୍ମୀ ଯୋଜନାରେ ପ୍ରତ୍ୟେକ ଘରର ମୁଖ୍ୟ(ମହିଳା)ଙ୍କୁ ମାସିକ ଭତ୍ତା ୨୦୦୦ ଟଙ୍କା, ପ୍ରତି ପରିବାରକୁ ମାସକୁ ୫୦୦ ଟଙ୍କାରେ ଗୋଟିଏ ସିଲିଣ୍ଡର ମିଳିବ, ସରକାରୀ କର୍ମଚାରିଙ୍କ ସମତେ ସମସ୍ତଙ୍କ ପାଇଁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟରେ ମାଗଣା ଚିକିତ୍ସା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା ଏବଂ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ ଓ ଆର୍ଥିକ ସର୍ଭେ ପୂର୍ରୁ ତୁରନ୍ତ ଶିକ୍ଷାନୁଷ୍ଠାନ ଓ ଚାକିରି କ୍ଷେତ୍ରରେ ପଛୁଆବର୍ଗ ପାଇଁ ୨୭ % ସଂରକ୍ଷଣ ବ୍ୟବସ୍ଥା କରାଯାଇଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରସ୍ତୁତ ହୋଇଛି। ଏଥିରେ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ରାଜ୍ୟ ମହିଳା କଂଗ୍ରେସ ଉପସଭାନେତ୍ରୀ ସଂଗୀତା ସିଂହ, ଜିଲା ଆଦିବାସୀ କଂଗ୍ରେସ ସଭାପତି ଇଂ ବିନୋଦ ବିହାରୀ ନାଏକ, ଜିଲା ଛାତ୍ର କଂଗ୍ରେସ ସଭାପତି ଶୁଭମ୍‌ ରାଜ, ଉତ୍ତମ ସାହୁ ଓ ଜିଲା କଂଗ୍ରେସ ମିଡିଆ ଅଧ୍ୟକ୍ଷ ଦିଲ୍ଲୀପ କୁମାର ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri