ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ। ଏନେଇ ଶୁକ୍ରବାର କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ାଙ୍କ ସଭାପତିତ୍ୱରେ କଂଗ୍ରେସର ଗ୍ୟାରେଣ୍ଟି ଉପରେ ପ୍ରକାଶ କରିଥିଲେ। ଗ୍ୟାରେଣ୍ଟିଗୁଡ଼ିକ ହେଲା ବୋନସ୍‌ ସହ ଧାନର କ୍ରୟ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୩୦୦୦ ଟଙ୍କା, କୃଷିଋଣ ଛାଡ଼ ଓ କୃଷକ ପାଇଁ ମାସିକ ପେନ୍‌ସନ୍‌ ୨୦୦୦ ଟଙ୍କା, ପ୍ରତ୍ୟେକ ଘରୋଇ ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍‌ ବିଦ୍ୟୁତ ଦେୟ ଛାଡ଼, ୫ ଲକ୍ଷ ଯୁବତୀ/ ଯୁବକଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା ଓ ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା, ସମସ୍ତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଛାଡ଼, ଗୃହଲଷ୍ମୀ ଯୋଜନାରେ ପ୍ରତ୍ୟେକ ଘରର ମୁଖ୍ୟ(ମହିଳା)ଙ୍କୁ ମାସିକ ଭତ୍ତା ୨୦୦୦ ଟଙ୍କା, ପ୍ରତି ପରିବାରକୁ ମାସକୁ ୫୦୦ ଟଙ୍କାରେ ଗୋଟିଏ ସିଲିଣ୍ଡର ମିଳିବ, ସରକାରୀ କର୍ମଚାରିଙ୍କ ସମତେ ସମସ୍ତଙ୍କ ପାଇଁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟରେ ମାଗଣା ଚିକିତ୍ସା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା ଏବଂ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ ଓ ଆର୍ଥିକ ସର୍ଭେ ପୂର୍ରୁ ତୁରନ୍ତ ଶିକ୍ଷାନୁଷ୍ଠାନ ଓ ଚାକିରି କ୍ଷେତ୍ରରେ ପଛୁଆବର୍ଗ ପାଇଁ ୨୭ % ସଂରକ୍ଷଣ ବ୍ୟବସ୍ଥା କରାଯାଇଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରସ୍ତୁତ ହୋଇଛି। ଏଥିରେ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ରାଜ୍ୟ ମହିଳା କଂଗ୍ରେସ ଉପସଭାନେତ୍ରୀ ସଂଗୀତା ସିଂହ, ଜିଲା ଆଦିବାସୀ କଂଗ୍ରେସ ସଭାପତି ଇଂ ବିନୋଦ ବିହାରୀ ନାଏକ, ଜିଲା ଛାତ୍ର କଂଗ୍ରେସ ସଭାପତି ଶୁଭମ୍‌ ରାଜ, ଉତ୍ତମ ସାହୁ ଓ ଜିଲା କଂଗ୍ରେସ ମିଡିଆ ଅଧ୍ୟକ୍ଷ ଦିଲ୍ଲୀପ କୁମାର ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?