ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ସିଦ୍ଧାର୍ଥ ନିମାପଡା ବୁଲି ବୁଲି ନିଜର ସଂଗଠନ କରୁଥିଲେ। ତେବେ ସାନଭାଇ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ମନ୍ମଥଙ୍କୁ ବିଜେଡି ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିବା ପରେ ସିଦ୍ଧାର୍ଥ ଜଟଣୀରୁ ବିଧାନସଭା ପାଇଁ ଲଢ଼ିବେ ବୋଲି ଘୋଷଣା କରିଥିଲେ।

ଏବେ କିନ୍ତୁ କଂଗ୍ରେସ ସିଦ୍ଧାର୍ଥଙ୍କୁ ନିମାପଡ଼ାରୁ ଟିକେଟ ଦେଇଛି। ଏହାରି ମଧ୍ୟରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ବାପା ସୁରେଶ ରାଉତରାୟଙ୍କୁ କଂଗ୍ରେସ ଦଳରୁ ଛଅ ବର୍ଷ ପାଇଁ ନିଲମ୍ବିତ କରିଛି।

ସିଦ୍ଧାର୍ଥଙ୍କ ବ୍ୟତୀତ ଶନିବାର ଅନ୍ୟ ୧୬ ବିଧନସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ କ୍ଷୀରୋଦ ଚନ୍ଦ୍ର ପାତ୍ର, ସୁକିନ୍ଦାରୁ ବିଭୂଭୂଷଣ ରାଉତ, କଣ୍ଟାମାଳରୁ ଶରତ କୁମାର ପ୍ରଧାନ, କେନ୍ଦ୍ରାପଡ଼ାରୁ ସିପ୍ରା ମଲ୍ଲିକ, ରାଜନଗରରୁ ଅଶୋକ ପ୍ରତିହାରୀ, ମହାକାଳପଡ଼ାରୁ ଲୋକନାଥ ମହାରଥୀ, ପିପିଲି ଜ୍ଞାନରଞ୍ଜନ ପଟ୍ଟନାୟକ, ଜୟଦେବରୁ କୃଷ୍ଣ ସଗରିଆ, ଖୋର୍ଦ୍ଧାରୁ ସୋନାଲି ସାହୁ, ଚିଲିକାରୁ ପ୍ରଦୀପ କୁମାର ସାହୁ, ଖଣ୍ଡପଡ଼ାରୁ ମନୋଜ କୁମାର ପ୍ରଧାନ, ଦଶପଲ୍ଲାରୁ ନକୁଳ ନାୟକ, କବିସୂର୍ଯ୍ୟନଗରରୁ ସଞ୍ଜୟ କୁମାର ମଣ୍ଡଳ ଏବଂ ଗୋପାଳପୁରରୁ ଶ୍ୟାମ ସୁନ୍ଦର ସାହୁଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri