କଂଗ୍ରେସର ଦମ୍ଭୋକ୍ତି: କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରାଇବୁ ଟଙ୍କା

ଭୁବନେଶ୍ୱର,୫।୩: ଆଗାମୀ ନିର୍ବାଚନରେ ଭଲ ପ୍ରଦର୍ଶନ କରିବୁ । ସେଥିପାଇଁ ଉଭୟ ଭାଜପା-ବିଜେଡି ଏବେଠୁ ଭୟଭୀତ ଅବସ୍ଥାରେ ଅଛନ୍ତି । ଓଡିଶାରେ କଂଗ୍ରେସ କ୍ଷମତାକୁ ଆସିଲେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ନ୍ୟାୟ ଦେବ ଓ ସେମାନେ ନିଜର ଟଙ୍କା ଫେରସ୍ତ ପାଇବେ ବୋଲି କଂଗ୍ରେସ ଦମ୍ଭୋକ୍ତି ବ୍ୟକ୍ତ କରିଛି । ଦଳ ରାଜ୍ୟ ସରକାରଙ୍କୁ କଡା ଭାଷାରେ ସମାଲୋଚନା କରିଛି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏଆଇସିସି ମିଡିଆ ସେଲ ଓ ଯୋଗାଯୋଗ ବିଭାଗ ଅଧ୍ୟକ୍ଷ ପୱନ କୁମାର ଖେରା ଏହି ସୂଚନା ଦେଇଛନ୍ତି ।

ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସେ କହିଛନ୍ତି, ଓଡିଶାରେ ବିଭିନ୍ନ କାର୍ଯ୍ୟରେ ଯେତେସବୁ ଟେଣ୍ଡର ହେଉଛି ସବୁ ଓଡିଶା ବାହାରର ଲୋକଙ୍କୁ କାହିଁକି ଦିଆଯାଉଛି । ଓଡିଶାର ଦକ୍ଷ ମାନବସମ୍ବଳ ଓ ବଡ ବଡ ଠିକାଦାର ହାତବାନ୍ଧି ବସିଛନ୍ତି । ଜଳ, ଜମି, ଜଙ୍ଗଲ, ଖଣିଜ ସମ୍ପଦକୁ ବାହାର ରାଜ୍ୟର ଲୋକଙ୍କୁ ବିକ୍ରି କରାଯାଉଛି । କୋଟି କୋଟି ଟଙ୍କାର ଖଣି ଦୁର୍ନୀତି ହୋଇଥିବାବେଳେ ଏହାର ତଦନ୍ତକୁ ଜାଣିଶୁଣି ଫାଇଲ ତଳେ ଚାପି ଦିଆଯାଇଛି । ମନମୋହନ ସରକାରଙ୍କ ସମୟରେ ଓଡିଶା ଖଣି ଦୁର୍ନୀତିର ତଦନ୍ତ ଶାହା କମିଶନଙ୍କ ଦ୍ୱାରା କରାଯାଇଥିଲା । ମାତ୍ର ମୋଦି ସରକାର କ୍ଷମତାକୁ ଆସିବା ପରେ ରାଜ୍ୟ ସରକାରଙ୍କ ସହ ମିଶି ଏହି ତଦନ୍ତକୁ ଚାପି ଦେଇଛନ୍ତି । ଉଭୟ ଭାଜପା ଓ ବିଜେଡି ଅଘୋଷିତ ମେଣ୍ଟ କରିଛନ୍ତି ଏବଂ ଓଡିଶାର ସମ୍ପତ୍ତି ଓ ରାଜକୋଷକୁ ଲୁଟି ଚାଲିଛନ୍ତି । ଜଣେ ଅଣଓଡିଆ ତଥା ତାମିଲ ବାବୁଙ୍କୁ କେନ୍ଦ୍ର ସରକାର ମାତ୍ର ୨୪ଘଣ୍ଟା ମଧ୍ୟରେ ଭିଆରଏସ ଦେଇଦେଲେ । ସେହି ବ୍ୟକ୍ତି ଏବେ ଓଡିଶାରେ ଏକଛତ୍ରବାଦ ଚଳାଇଥିବାରୁ ରାଜ୍ୟବାସୀ ଅବହେଳିତ ହେଉଛନ୍ତି ବୋଲି ଖେରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri