କଂଗ୍ରେସର ଦମ୍ଭୋକ୍ତି: କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରାଇବୁ ଟଙ୍କା

ଭୁବନେଶ୍ୱର,୫।୩: ଆଗାମୀ ନିର୍ବାଚନରେ ଭଲ ପ୍ରଦର୍ଶନ କରିବୁ । ସେଥିପାଇଁ ଉଭୟ ଭାଜପା-ବିଜେଡି ଏବେଠୁ ଭୟଭୀତ ଅବସ୍ଥାରେ ଅଛନ୍ତି । ଓଡିଶାରେ କଂଗ୍ରେସ କ୍ଷମତାକୁ ଆସିଲେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ନ୍ୟାୟ ଦେବ ଓ ସେମାନେ ନିଜର ଟଙ୍କା ଫେରସ୍ତ ପାଇବେ ବୋଲି କଂଗ୍ରେସ ଦମ୍ଭୋକ୍ତି ବ୍ୟକ୍ତ କରିଛି । ଦଳ ରାଜ୍ୟ ସରକାରଙ୍କୁ କଡା ଭାଷାରେ ସମାଲୋଚନା କରିଛି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏଆଇସିସି ମିଡିଆ ସେଲ ଓ ଯୋଗାଯୋଗ ବିଭାଗ ଅଧ୍ୟକ୍ଷ ପୱନ କୁମାର ଖେରା ଏହି ସୂଚନା ଦେଇଛନ୍ତି ।

ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସେ କହିଛନ୍ତି, ଓଡିଶାରେ ବିଭିନ୍ନ କାର୍ଯ୍ୟରେ ଯେତେସବୁ ଟେଣ୍ଡର ହେଉଛି ସବୁ ଓଡିଶା ବାହାରର ଲୋକଙ୍କୁ କାହିଁକି ଦିଆଯାଉଛି । ଓଡିଶାର ଦକ୍ଷ ମାନବସମ୍ବଳ ଓ ବଡ ବଡ ଠିକାଦାର ହାତବାନ୍ଧି ବସିଛନ୍ତି । ଜଳ, ଜମି, ଜଙ୍ଗଲ, ଖଣିଜ ସମ୍ପଦକୁ ବାହାର ରାଜ୍ୟର ଲୋକଙ୍କୁ ବିକ୍ରି କରାଯାଉଛି । କୋଟି କୋଟି ଟଙ୍କାର ଖଣି ଦୁର୍ନୀତି ହୋଇଥିବାବେଳେ ଏହାର ତଦନ୍ତକୁ ଜାଣିଶୁଣି ଫାଇଲ ତଳେ ଚାପି ଦିଆଯାଇଛି । ମନମୋହନ ସରକାରଙ୍କ ସମୟରେ ଓଡିଶା ଖଣି ଦୁର୍ନୀତିର ତଦନ୍ତ ଶାହା କମିଶନଙ୍କ ଦ୍ୱାରା କରାଯାଇଥିଲା । ମାତ୍ର ମୋଦି ସରକାର କ୍ଷମତାକୁ ଆସିବା ପରେ ରାଜ୍ୟ ସରକାରଙ୍କ ସହ ମିଶି ଏହି ତଦନ୍ତକୁ ଚାପି ଦେଇଛନ୍ତି । ଉଭୟ ଭାଜପା ଓ ବିଜେଡି ଅଘୋଷିତ ମେଣ୍ଟ କରିଛନ୍ତି ଏବଂ ଓଡିଶାର ସମ୍ପତ୍ତି ଓ ରାଜକୋଷକୁ ଲୁଟି ଚାଲିଛନ୍ତି । ଜଣେ ଅଣଓଡିଆ ତଥା ତାମିଲ ବାବୁଙ୍କୁ କେନ୍ଦ୍ର ସରକାର ମାତ୍ର ୨୪ଘଣ୍ଟା ମଧ୍ୟରେ ଭିଆରଏସ ଦେଇଦେଲେ । ସେହି ବ୍ୟକ୍ତି ଏବେ ଓଡିଶାରେ ଏକଛତ୍ରବାଦ ଚଳାଇଥିବାରୁ ରାଜ୍ୟବାସୀ ଅବହେଳିତ ହେଉଛନ୍ତି ବୋଲି ଖେରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri