Posted inଜାତୀୟ

କଂଗ୍ରେସର ଅଧ୍ୟକ୍ଷ ନାହାନ୍ତି, ଜଣାନାହିଁ କିଏ ନିଷ୍ପତ୍ତି ନେଉଛି: କପିଲ ସିବଲ

ନୂଆଦିଲ୍ଲୀ,୨୯।୯: କଂଗ୍ରେସର ଆଭ୍ୟନ୍ତରୀଣ ବିବାଦ ଥମିବାର ନାଁ ଧରୁନାହିଁ। ବୁଧବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ଏକ ଖବରଦାତା ସମ୍ମିଳନୀ ଡକାଇ ନିଜର ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି। ସେ କହିଛନ୍ତି ଯେ, ଦୁର୍ଭାଗ୍ୟବଶତଃ କଂଗ୍ରେସର କୌଣସି ଅଧ୍ୟକ୍ଷ ନାହାନ୍ତି, ମୁଁ ଜାଣେ ନାହିଁ କଂଗ୍ରେସରେ କିଏ ନିଷ୍ପତ୍ତି ନେଉଛି। ଲୋକମାନେ ଦଳ ଛାଡୁଛନ୍ତି, ଏହା ବିଷୟରେ ଚିନ୍ତା କରିବାର ଆବଶ୍ୟକତା ଅଛି । ଏହି ସମୟରେ ସେ କଂଗ୍ରେସ କାର୍ଯ୍ୟ କମିଟିର ବୈଠକ ଡକାଇବାକୁ ସେ ଦାବି କରିଛନ୍ତି। ଗତ ବର୍ଷ ଅଗଷ୍ଟରେ ଆମେ ସିଡବବ୍ଲ୍ୟୁଡିସି ଏବଂ ଅଧ୍ୟକ୍ଷ ପଦବୀକୁ ନେଇ ନିର୍ବାଚନ କରିବାକୁ ହାଇକମାଣ୍ଡଙ୍କୁ ଚିଠି ଲେଖିଥିଲୁ। କିନ୍ତୁ ଏପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅପେକ୍ଷା କରିଛୁ। ଅପେକ୍ଷା କରିବାର ମଧ୍ୟ ସୀମା ଅଛି। ଆମେ କେତେ ସମୟ ଅପେକ୍ଷା କରିବୁ? ଆମେ କେବଳ ଏକ ଶକ୍ତିଶାଳୀ ସାଂଗଠନିକ ଗଠନ ଚାହୁଁ। କିଛି ଜିନିଷ ନିଶ୍ଚୟ ହେବ। ଯେକୌଣସି ପ୍ରସଙ୍ଗ ସିଡବବ୍ଲ୍ୟୁଡିସରେ ଆଲୋଚନା ହେବା ଉଚିତ୍‌। ପଞ୍ଜାବର ପରିସ୍ଥିତି ଉପରେ ଆଲୋଚନା ହେବା ଉଚିତ୍‌। ଆମେ କାହା ବିରୁଦ୍ଧରେ ନାହୁଁ, ଆମେ ଦଳ ସହ ଅଛୁ, କିନ୍ତୁ ପ୍ରକୃତ କଥା ହେଉଛି ଯେ ଆମ ଦଳର କୌଣସି ନିର୍ବାଚତ ଅଧ୍ୟକ୍ଷି ନାହାଁନ୍ତି। ଦିଲ୍ଲୀରୁ ପ୍ରଦେଶ କଂଗ୍ରେସ କମିଟି ନିୟନ୍ତ୍ରଣ କରାଯିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri