Posted inଜାତୀୟ

ଆର୍ଥିକ ସଙ୍କଟରେ କଂଗ୍ରେସ

ନୂଆଦିଲ୍ଲୀ, ୨୧।୨: ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଏହି ଦଳରେ ଆର୍ଥିକ ସମସ୍ୟା ଦେଖାଦେଇଥିଲା। ଏବେ ଦେଶର ଏହି ସର୍ବପୁରାତନ ଦଳ ଗୁରୁତର ଆର୍ଥତ୍କ ସଙ୍କଟର ସମ୍ମୁଖୀନ ହୋଇଛି। ସଙ୍କଟରୁ ମୁକୁଳିବା ଲାଗି ଭଲ ଦଳୀୟ ସ୍ଥିତି ଥିବା ରାଜ୍ୟଗୁଡ଼ିକୁ ଏସ୍‌ଓଏସ୍‌ ବାର୍ତ୍ତା ପଠାଯାଉଛି। ଏଆଇସିସି ବୈଠକରେ ଆର୍ଥିକ ସହାୟତା ସମ୍ପର୍କରେ ମୁଖ୍ୟତଃ ଆଲୋଚନା ହୋଇଥିଲା। ଏଥିରେ ନିର୍ଦ୍ଦିଷ୍ଟ କେତେକ ରାଜ୍ୟର କଂଗ୍ରେସ ସଭାପତି ଯୋଗଦେଇଥିଲେ। କଂଗ୍ରେସର ପ୍ରମୁଖ ପରିଚାଳକମାନେ ଗତ ମାସରେ ମହାରାଷ୍ଟ୍ର, ଝାଡ଼ଖଣ୍ଡ, ପଞ୍ଜାବର ମନ୍ତ୍ରୀ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଅଲଗା ଅଲଗା ଭେଟିଥିଲେ।
ଦଳୀୟ ବୈଠକରେ ଆର୍ଥତ୍କ ପ୍ରସଙ୍ଗ ଆଲୋଚନାର ମୁଖ୍ୟ ବିଷୟ ହେଉଥିବା ଜଣାପଡ଼ିଛି। ନେତୃବୃନ୍ଦଙ୍କୁ ଆର୍ଥିକ ସ୍ଥିତି ସମ୍ପର୍କରେ ଅବଗତ କରାଯିବା ସହ ସେମାନଙ୍କୁ ପାଣ୍ଠି ଯୋଗାଡ଼ କରିବାର ଦାୟିତ୍ୱ ନେବାକୁ କୁହାଯାଉଛି। ଆଗକୁ ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଥିବାବେଳେ କଂଗ୍ରେସକୁ ଅର୍ଥଚିନ୍ତା ଘାରିଛି।
ସେପଟେ ରାଜଧାନୀ ଦିଲ୍ଲୀରେ ଦଳର ନୂଆ ମୁଖ୍ୟାଳୟ ନିର୍ମାଣ ଚାଲିଥିବାରୁ ଏହା ମଧ୍ୟ ଚିନ୍ତା ବଢ଼ାଇଛି। ଉପା ସରକାର କ୍ଷମତାରୁ ଯିବା ପରେ ପାଣ୍ଠି ସଂଗ୍ରହ ବାଧାପ୍ରାପ୍ତ ହୋଇଥିଲା। ଜାତୀୟ ସ୍ତର ସମେତ ବିଭିନ୍ନ ରାଜ୍ୟରେ କଂଗ୍ରେସ ଦୁର୍ବଳ ହେବାରେ ଲାଗିଛି। ଏବେ ଏହି ଦଳ କେବଳ ପଞ୍ଜାବ, ରାଜସ୍ଥାନ ଓ ଛତିଶଗଡ଼ରେ ସରକାରରେ ରହିଛି। ନିର୍ବାଚନ ହେବାକୁ ଥିବା ପୁଡ଼ୁଚେରୀରେ ମଧ୍ୟ ଦଳର ସ୍ଥିତି ଭଲ ନାହିଁ। ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ଏହି ଦଳ ମେଣ୍ଟ ସରକାରରେ ସାମିଲ ଅଛି। କଂଗ୍ରେସ ଏହାର ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସହାୟତା ଦେବା ଲାଗି କହିବ ବୋଲି ଯୋଜନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri