Posted inଜାତୀୟ

ଆର୍ଥିକ ସଙ୍କଟରେ କଂଗ୍ରେସ

ନୂଆଦିଲ୍ଲୀ, ୨୧।୨: ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଏହି ଦଳରେ ଆର୍ଥିକ ସମସ୍ୟା ଦେଖାଦେଇଥିଲା। ଏବେ ଦେଶର ଏହି ସର୍ବପୁରାତନ ଦଳ ଗୁରୁତର ଆର୍ଥତ୍କ ସଙ୍କଟର ସମ୍ମୁଖୀନ ହୋଇଛି। ସଙ୍କଟରୁ ମୁକୁଳିବା ଲାଗି ଭଲ ଦଳୀୟ ସ୍ଥିତି ଥିବା ରାଜ୍ୟଗୁଡ଼ିକୁ ଏସ୍‌ଓଏସ୍‌ ବାର୍ତ୍ତା ପଠାଯାଉଛି। ଏଆଇସିସି ବୈଠକରେ ଆର୍ଥିକ ସହାୟତା ସମ୍ପର୍କରେ ମୁଖ୍ୟତଃ ଆଲୋଚନା ହୋଇଥିଲା। ଏଥିରେ ନିର୍ଦ୍ଦିଷ୍ଟ କେତେକ ରାଜ୍ୟର କଂଗ୍ରେସ ସଭାପତି ଯୋଗଦେଇଥିଲେ। କଂଗ୍ରେସର ପ୍ରମୁଖ ପରିଚାଳକମାନେ ଗତ ମାସରେ ମହାରାଷ୍ଟ୍ର, ଝାଡ଼ଖଣ୍ଡ, ପଞ୍ଜାବର ମନ୍ତ୍ରୀ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଅଲଗା ଅଲଗା ଭେଟିଥିଲେ।
ଦଳୀୟ ବୈଠକରେ ଆର୍ଥତ୍କ ପ୍ରସଙ୍ଗ ଆଲୋଚନାର ମୁଖ୍ୟ ବିଷୟ ହେଉଥିବା ଜଣାପଡ଼ିଛି। ନେତୃବୃନ୍ଦଙ୍କୁ ଆର୍ଥିକ ସ୍ଥିତି ସମ୍ପର୍କରେ ଅବଗତ କରାଯିବା ସହ ସେମାନଙ୍କୁ ପାଣ୍ଠି ଯୋଗାଡ଼ କରିବାର ଦାୟିତ୍ୱ ନେବାକୁ କୁହାଯାଉଛି। ଆଗକୁ ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଥିବାବେଳେ କଂଗ୍ରେସକୁ ଅର୍ଥଚିନ୍ତା ଘାରିଛି।
ସେପଟେ ରାଜଧାନୀ ଦିଲ୍ଲୀରେ ଦଳର ନୂଆ ମୁଖ୍ୟାଳୟ ନିର୍ମାଣ ଚାଲିଥିବାରୁ ଏହା ମଧ୍ୟ ଚିନ୍ତା ବଢ଼ାଇଛି। ଉପା ସରକାର କ୍ଷମତାରୁ ଯିବା ପରେ ପାଣ୍ଠି ସଂଗ୍ରହ ବାଧାପ୍ରାପ୍ତ ହୋଇଥିଲା। ଜାତୀୟ ସ୍ତର ସମେତ ବିଭିନ୍ନ ରାଜ୍ୟରେ କଂଗ୍ରେସ ଦୁର୍ବଳ ହେବାରେ ଲାଗିଛି। ଏବେ ଏହି ଦଳ କେବଳ ପଞ୍ଜାବ, ରାଜସ୍ଥାନ ଓ ଛତିଶଗଡ଼ରେ ସରକାରରେ ରହିଛି। ନିର୍ବାଚନ ହେବାକୁ ଥିବା ପୁଡ଼ୁଚେରୀରେ ମଧ୍ୟ ଦଳର ସ୍ଥିତି ଭଲ ନାହିଁ। ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ଏହି ଦଳ ମେଣ୍ଟ ସରକାରରେ ସାମିଲ ଅଛି। କଂଗ୍ରେସ ଏହାର ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସହାୟତା ଦେବା ଲାଗି କହିବ ବୋଲି ଯୋଜନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri