Posted inଜାତୀୟ

କଂଗ୍ରେସ ଏକ ‘କନଫ୍ୟୁଜ୍‌ ପାର୍ଟି’: ଶାହା

ଥିରୁଭାନନ୍ତପୁରମ୍‌,୨୪।୩: କେରଳର ତ୍ରିପୁନିଥୁରାରେ ବୁଧବାର ଏକ ରୋଡ ଶୋ’ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ହେଉଛି ଏକ ‘କନ୍‌ଫ୍ୟୁଜ୍‌ ପାର୍ଟି’। ଏଠାରେ କଂଗ୍ରେସ କମ୍ୟୁନିଷ୍ଟଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରୁଛି ଏବଂ ପଶ୍ଚିମବଙ୍ଗରେ କମ୍ୟୁନିଷ୍ଟଙ୍କ ସହ ନିର୍ବାଚନ ଲଢୁଛି।
ତେଣୁ କଂଗ୍ରେସର ନେତୃତ୍ୱ ଦ୍ୱନ୍ଦ୍ୱପୂର୍ଣ୍ଣ ଏବଂ ଦଳ ମଧ୍ୟ ଦ୍ୱନ୍ଦ୍ୱରେ ଅଛି ବୋଲି ଶାହା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ କେରଳର ଜନତା ଏଲ୍‌ଡିଏଫ୍‌ ଏବଂ ୟୁଡିଏଫ୍‌ ଉପରେ ଅସନ୍ତୋଷ ପ୍ରକାଶ କରି ଭାଜପାକୁ ଏକ ବିକଳ୍ପ ଭାବରେ ଦେଖୁଛନ୍ତି ଏବଂ ମୁଁ ନିଶ୍ଚିତ ଭାବେ କହିପାରେ ଯେ, ଏଥର କେରଳ ନିର୍ବାଚନରେ ଆମେ ବହୁତ ଭଲ ପ୍ରଦର୍ଶନ କରିବୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଏପ୍ରିଲ ୬ରେ କେରଳର ୧୪୦ଟି ଆସନରେ ଭୋଟ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri