Posted inଜାତୀୟ

ଆମେଠିରେ କଂଗ୍ରେସକୁ ପରାଜୟ ଭୟ ଘାରିଛି: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୭।୩: ଲୋକ ସଭା ନିର୍ବାଚନ ତାରିଖ ଖୁବ ଶୀଘ୍ର ଘୋଷଣା କରାଯିବ। ଏହାପୂର୍ବରୁ ଭାଜପା-କଂଗ୍ରେସ ସମେତ ସମସ୍ତ ଦଳ ପ୍ରାର୍ଥୀ ବାଛିବାରେ ବ୍ୟସ୍ତ ଅଛନ୍ତି। ୧୯୫ଟି ଆସନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ କଂଗ୍ରେସ ଏପର୍ଯ୍ୟନ୍ତ ଏହାର ପ୍ରାର୍ଥୀ ଘୋଷଣା କରିନାହିଁ। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ କଳ୍ପନାଜଳ୍ପନା ଚାଲିଛ। ଗତଥର ଭଳି ସେ କେରଳର ୱାୟାନାଡ ଏବଂ ୟୁପିରେ ଆମେଠିରୁ ନିର୍ବାଚନ ଲଢିବେ। ଆମେଠିର ବର୍ତ୍ତମାନର ଏମ୍‌ପି ସ୍ମୃତି ଇରାନୀ ଏ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି।
ସ୍ମୃତି ଇରାନୀ କହିଛନ୍ତି, ସେମାନେ କୁହନ୍ତି ଆମେଠି କଂଗ୍ରେସର ଗଡ଼। ଯଦି ଏହା ହୁଏ, ତେବେ ସେମାନେ ଏଠାରେ ଜଣେ ପ୍ରାର୍ଥୀ ଚୂଡ଼ାନ୍ତ କରିବାରେ କାହିଁକି ବିଳମ୍ବ କରୁଛନ୍ତି? ଏହା ସେମାନଙ୍କର ଆତ୍ମବିଶ୍ୱାସର ଅଭାବ ଦର୍ଶାଉଛି। ମୁଁ ଜାଣେ ନାହିଁ ଆମେଠିରୁ ନିର୍ବାଚନରେ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ, କିନ୍ତୁ କଂଗ୍ରେସ ଲୋକମାନେ ଏଠାରୁ ପ୍ରାର୍ଥୀ ଘୋଷଣା କରିବାକୁ ସାହସ କରିପାରୁ ନାହାଁନ୍ତି, ଏଥିରୁ ଜଣାପଡୁଛି ଯେ ସେମାନେ ଆମେଠିର ଶକ୍ତି ଅନୁଭବ କରିସାରିଛନ୍ତି। ସେମାନଙ୍କୁ ପୂର୍ବରୁ ପରାଜୟର ଭୟ ଘାରିଛି।
୨୦୧୯ ଲୋକ ସଭା ନିର୍ବାଚନରେ ସ୍ମୃତି ଇରାନୀ ରାହୁଲ ଗାନ୍ଧୀଙ୍କୁ ୫୫ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ। ସ୍ମୃତି ଇରାନୀଙ୍କୁ ୪ ଲକ୍ଷ ୬୮ ହଜାରରୁ ଅଧିକ ଭୋଟ ମିଳିଥିଲା। ରାହୁଲ ଗାନ୍ଧୀଙ୍କୁ ୪ ଲକ୍ଷ ୧୩ ହଜାର ଭୋଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri