Posted inଜାତୀୟ

ମିଛର ଝଡ଼ ସୃଷ୍ଟି କରୁଛି କଂଗ୍ରେସ

ନୂଆଦିଲ୍ଲୀ,୧୦ା୧୦:ମୋଦି ସରକାରଙ୍କ ଗତ ୧୦ ବର୍ଷର ଶାସନରେ ଗରିବ, କୃଷକ, ଯୁବ ଓ ମହିଳାମାନେ ବିଶେଷ ଉପକୃତ ହୋଇଛନ୍ତି। କେନ୍ଦ୍ରର ଜନକଲ୍ୟାଣକାରୀ ନୀତିକୁ ଦେଖି ହରିୟାଣା ଭୋଟର ଭାଜପାକୁ କ୍ରମାଗତ ତୃତୀୟ ଥର କ୍ଷମତାସୀନ କରାଇଛନ୍ତି। କିନ୍ତୁ ବିରୋଧୀ କଂଗ୍ରେସ ନିଜ ଦୁର୍ବଳତା ଲୁଚାଇବା ପାଇଁ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)କୁ ନେଇ ମିଛର ଝଡ଼ ସୃଷ୍ଟି କରୁଛି ବୋଲି ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ସମାଲୋଚନା କରିଛନ୍ତି।
ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ବୁଧବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୋଦି ସାଇନିଙ୍କୁ ନିର୍ବାଚନରେ ବିଜୟକୁ ନେଇ ଅଭିନନ୍ଦନ ଜଣାଇଛନ୍ତି। ‘ବିକଶିତ ଭାରତ’ ଗଠନରେ ହରିୟାଣାର ଭୂମିକା ଆଗକୁ ଆହୁରି ଗୁରୁତ୍ୱପୂର୍ଣ୍ଣ ରହିବ ବୋଲି ସାକ୍ଷାତ ପରେ ମୋଦି ଏକ୍ସ’ରେ ପୋଷ୍ଟ କରିଛନ୍ତି। ହରିୟାଣା ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ପରେ ରାଜ୍ୟରେ ନୂଆ ସରକାର ସକାଶେ ସାଇନି ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଦଳର ଅନ୍ୟ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି। ରାଜ୍ୟରେ ଦଳର ସଫଳତା ପାଇଁ ସାଇନି ପ୍ରଧାନମନ୍ତ୍ରୀଙ୍କ ନୀତିଗୁଡ଼ିକୁ ଶ୍ରେୟ ଦେଇଛନ୍ତି। ଅନ୍ୟପକ୍ଷେ କଂଗ୍ରେସ ନିଜ ପରାଜୟ ପାଇଁ ଇଭିଏମ୍‌କୁ ନେଇ ସନ୍ଦେହ ବ୍ୟକ୍ତ କରୁଥିବାରୁ ଏହା ଉପରେ ପ୍ରଶ୍ନ କରାଯିବାରୁ ସାଇନି କହିଛନ୍ତି, ବିରୋଧୀ ଦଳ ମିଛର ଝଡ଼ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri