Posted inଜାତୀୟ

ଗଣତାନ୍ତ୍ରିକ ଅନୁଷ୍ଠାନ ନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି କରୁଛି କଂଗ୍ରେସ: ଭୂପେନ୍ଦ୍ର ଯାଦବ…

ନୂଆଦିଲ୍ଲୀ,୧।୪ : କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଶନିବାର କଂଗ୍ରେସକୁ କଡ଼ା ସମାଲୋଚନା କରି କହିଛନ୍ତି ସେମାନେ ସମସ୍ତ ଗଣତାନ୍ତ୍ରିକ ଅନୁଷ୍ଠାନ ଏବଂ ପ୍ରକ୍ରିୟା ଉପରେ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି କରୁଛନ୍ତି। କଂଗ୍ରେସ ଏକ ଘୃଣ୍ୟ ପ୍ରକଳ୍ପରେ ଜଡିତ ଅଛି। ଜଙ୍ଗଲ ସଂଶୋଧନ ବିଲ ୨୦୨୩କୁ ଏକ କମିଟିକୁ ପଠାଇବା ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଥିଲା। ପରିବେଶ ମନ୍ତ୍ରୀ ଏକ ଭିଡିଓ ମଧ୍ୟ ଟୁଇଟ କରିଛନ୍ତି। ଯେଉଁଥିରେ ସେ ଦାବି କରିଛନ୍ତି କଂଗ୍ରେସ ଶାସନ କାଳରେ ମଧ୍ୟ କେତେକ ବିଲକୁ ମିଳିତ କମିଟି ନିକଟକୁ ପଠାଯାଇଛି।

ଯାଦବ ଟୁଇଟ କରି କହିଛନ୍ତି ଜୟରାମ ରମେଶ କହିଥିଲେ ଯେ ଜଙ୍ଗଲ ସଂରକ୍ଷଣ ସଂଶୋଧନ ବିଲକୁ ଏକ ମିଳିତ କମିଟିକୁ ପଠାଇବା ହେଉଛି ପ୍ରକ୍ରିୟାଗୁଡ଼ିକର ଅପମାନ ଏବଂ ଅବମୂଲ୍ୟାୟନ। ଲୋକସଭା ଓ ରାଜ୍ୟସଭାରେ କଂଗ୍ରେସ ଦ୍ୱାରା ଉପସ୍ଥାପିତ ହୋଇଥିବା କେତେକ ବିଲ ମଧ୍ୟ ମିଳିତ କମିଟିକୁ ପଠାଯାଇଛି।

କଂଗ୍ରେସ ସମସ୍ତ ଗଣତାନ୍ତ୍ରିକ ଅନୁଷ୍ଠାନ ଏବଂ ଗଣତାନ୍ତ୍ରିକ ପ୍ରକ୍ରିୟା ବିଷୟରେ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି। ସେମାନେ କେବଳ ଭାରତରେ ନୁହେଁ ବିଦେଶୀ ମାଟିରେ ମଧ୍ୟ ଦେଶକୁ ବଦନାମ କରୁଛନ୍ତି। ଏହା ବିପଜ୍ଜନକ ଅଟେ । ଏହାକୁ ବନ୍ଦ କରିବା ଉଚିତ। ଗତ ମାସରେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତି ଏକ ବିବାଦ ସୃଷ୍ଟି କରିଛି। ଏହି ଧାରା ବନ୍ଦ ହେଲେ ଦେଶର ମଙ୍ଗଳ ହେବ ବୋଲି ଯାଦବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri