Posted inଜାତୀୟ

ଗଣତାନ୍ତ୍ରିକ ଅନୁଷ୍ଠାନ ନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି କରୁଛି କଂଗ୍ରେସ: ଭୂପେନ୍ଦ୍ର ଯାଦବ…

ନୂଆଦିଲ୍ଲୀ,୧।୪ : କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଶନିବାର କଂଗ୍ରେସକୁ କଡ଼ା ସମାଲୋଚନା କରି କହିଛନ୍ତି ସେମାନେ ସମସ୍ତ ଗଣତାନ୍ତ୍ରିକ ଅନୁଷ୍ଠାନ ଏବଂ ପ୍ରକ୍ରିୟା ଉପରେ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି କରୁଛନ୍ତି। କଂଗ୍ରେସ ଏକ ଘୃଣ୍ୟ ପ୍ରକଳ୍ପରେ ଜଡିତ ଅଛି। ଜଙ୍ଗଲ ସଂଶୋଧନ ବିଲ ୨୦୨୩କୁ ଏକ କମିଟିକୁ ପଠାଇବା ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଥିଲା। ପରିବେଶ ମନ୍ତ୍ରୀ ଏକ ଭିଡିଓ ମଧ୍ୟ ଟୁଇଟ କରିଛନ୍ତି। ଯେଉଁଥିରେ ସେ ଦାବି କରିଛନ୍ତି କଂଗ୍ରେସ ଶାସନ କାଳରେ ମଧ୍ୟ କେତେକ ବିଲକୁ ମିଳିତ କମିଟି ନିକଟକୁ ପଠାଯାଇଛି।

ଯାଦବ ଟୁଇଟ କରି କହିଛନ୍ତି ଜୟରାମ ରମେଶ କହିଥିଲେ ଯେ ଜଙ୍ଗଲ ସଂରକ୍ଷଣ ସଂଶୋଧନ ବିଲକୁ ଏକ ମିଳିତ କମିଟିକୁ ପଠାଇବା ହେଉଛି ପ୍ରକ୍ରିୟାଗୁଡ଼ିକର ଅପମାନ ଏବଂ ଅବମୂଲ୍ୟାୟନ। ଲୋକସଭା ଓ ରାଜ୍ୟସଭାରେ କଂଗ୍ରେସ ଦ୍ୱାରା ଉପସ୍ଥାପିତ ହୋଇଥିବା କେତେକ ବିଲ ମଧ୍ୟ ମିଳିତ କମିଟିକୁ ପଠାଯାଇଛି।

କଂଗ୍ରେସ ସମସ୍ତ ଗଣତାନ୍ତ୍ରିକ ଅନୁଷ୍ଠାନ ଏବଂ ଗଣତାନ୍ତ୍ରିକ ପ୍ରକ୍ରିୟା ବିଷୟରେ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି। ସେମାନେ କେବଳ ଭାରତରେ ନୁହେଁ ବିଦେଶୀ ମାଟିରେ ମଧ୍ୟ ଦେଶକୁ ବଦନାମ କରୁଛନ୍ତି। ଏହା ବିପଜ୍ଜନକ ଅଟେ । ଏହାକୁ ବନ୍ଦ କରିବା ଉଚିତ। ଗତ ମାସରେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତି ଏକ ବିବାଦ ସୃଷ୍ଟି କରିଛି। ଏହି ଧାରା ବନ୍ଦ ହେଲେ ଦେଶର ମଙ୍ଗଳ ହେବ ବୋଲି ଯାଦବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri