Posted inଜାତୀୟ

ୟୁପି, ବିହାର, ଓଡ଼ିଶାରେ ଏକାକୀ ଲଢୁ କଂଗ୍ରେସ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଦଳର ଏକ ନିର୍ଦ୍ଦିଷ୍ଟ ଗ୍ରୁପ୍‌ର ବରିଷ୍ଠ ନେତାମାନଙ୍କୁ ଭେଟି ୨୦୨୪ ସାଧାରଣ ନିର୍ବାଚନ ଲାଗି ରଣନୀତିକାର ପ୍ରଶାନ୍ତ କିଶୋର (ପିକେ) ଦେଇଥିବା ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରିଛନ୍ତି। ଦୁଇଦିନ ପୂର୍ବରୁ ପ୍ରଶାନ୍ତ କିଶୋର କଂଗ୍ରେସ ଅଧ୍ୟକ୍ଷାଙ୍କୁ ଭେଟି ସାଧାରଣ ନିର୍ବାଚନ ପାଇଁ ଏକ କାର୍ଯ୍ୟଯୋଜନା ପ୍ରଦାନ କରିଥିଲେ। ଏଥିରେ ସର୍ବପୁରାତନ ଦଳକୁ ୩୭୦ଟି ନିର୍ବାଚନ ମଣ୍ଡଳୀ ଉପରେ ମନୋନିବେଶ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ଏହା ବ୍ୟତୀତ ନିର୍ଦ୍ଦିଷ୍ଟ ରାଜ୍ୟରେ ସମଭାବାପନ୍ନ ଦଳ ସହ ମେଣ୍ଟ କରିବା ଲାଗି ପ୍ରଶାନ୍ତ ପରାମର୍ଶ ଦେଇଛନ୍ତି। ଉତ୍ତରପ୍ରଦେଶ, ବିହାର, ଓଡ଼ିଶାରେ ଦଳ ଏକାକୀ ନିର୍ବାଚନ ଲଢ଼ିବାକୁ ସେ ପ୍ରସ୍ତାବ ଦେଇଥିବାବେଳେ ତାମିଲନାଡୁ, ପଶ୍ଚିମବଙ୍ଗ ଏବଂ ମହାରାଷ୍ଟ୍ରରେ ମେଣ୍ଟ କରିବା ପାଇଁ କହିଛନ୍ତି। ପିକେଙ୍କ ପ୍ରସ୍ତାବରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସହମତ ଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସୋନିଆଙ୍କ ୧୦ ଜନପଥ ରୋଡ୍‌ ବାସଭବନରେ ଅନୁଷ୍ଠିତ ବୈଠକରେ ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ବରିଷ୍ଠ ନେତା ମୁକୁଲ ଓ୍ବାସ୍‌ନିକ, ରଣଦୀପ୍‌ ସୁର୍ଜଓ୍ବୋଲା, କେ.ସି. ବେଣୁଗୋପାଳ ଏବଂ ଅମ୍ବିକା ସୋନି ଯୋଗ ଦେଇଥିଲେ। ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ସାମିଲ କରିବା ଓ ତାଙ୍କ ପ୍ରସ୍ତାବକୁ ନେଇ ଦଳରେ ମତଭେଦ ଥିବା ଜଣାପଡ଼ିଛି। କାରଣ ବିଭିନ୍ନ ରାଜ୍ୟରେ କଂଗ୍ରେସର ପ୍ରତିଦ୍ୱନ୍ଦ୍ୱୀ ଦଳର ନେତାଙ୍କ ସହ ତାଙ୍କର ଘନିଷ୍ଠ ସମ୍ପର୍କ ରହିଛି। ସେମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଏବଂ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଅନ୍ୟତମ। ପୂର୍ବରୁ ପିକେଙ୍କ ଟିମ୍‌ ଆଇପିଏସି ମମତା ଏବଂ ଜଗନମୋହନଙ୍କ ପାଇଁ କାର୍ଯ୍ୟ କରିଛି। ପିକେ କଂଗ୍ରେସରେ ଯୋଗଦେବା ନେଇ ଗତବର୍ଷ ଠାରୁ ଚର୍ଚ୍ଚା ହୋଇଆସୁଛି। ଦଳରେ ପରିବର୍ତ୍ତନ ଲାଗି ସେ ଦେଇଥିବା ପ୍ରସ୍ତାବକୁ ରାହୁଲ ଗ୍ରହଣ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ପ୍ରଶାନ୍ତ ବଡ଼ ପରିବର୍ତ୍ତନ ସପକ୍ଷରେ ଥିବାବେଳେ ଗାନ୍ଧୀ ପରିବାର ବରିଷ୍ଠ ନେତାମାନଙ୍କୁ ଛାଡ଼ିବାକୁ ରାଜି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri