Posted inଜାତୀୟ

ଭାଜପା ବିଧାୟକଙ୍କୁ ଟିକଟ ଲୋଭ ଦେଖାଉଛି କଂଗ୍ରେସ: ବୋମ୍ମାଇ…

ବେଙ୍ଗାଲୁରୁ,୨୮।୩ : ଚଳିତ ବର୍ଷ କର୍ନାଟକରେ ବିଧାନସଭା ନିର୍ବାଚନ ହେବ। ଏହାପୂର୍ବରୁ ସମସ୍ତ ରାଜନୈତିକ ଦଳ ରାଜ୍ୟର ଭୋଟରଙ୍କୁ ହାତେଇବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଅପରପକ୍ଷରେ ରାଜ୍ୟ ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ମଙ୍ଗଳବାର କଂଗ୍ରେସ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କର୍ନାଟକ କଂଗ୍ରେସ ମୁଖ୍ୟ ଡି.କେ ଶିବକୁମାରଙ୍କ ବିରୋଧରେ ସେ ଗୁରୁତର ଅଭିଯୋଗ ଆଣିଛନ୍ତି। ଭାଜପା ବିଧାୟକମାନଙ୍କୁ ଶିବକୁମାର ଟିକଟର ପ୍ରଲୋଭନ ଦେଖାଉଥିବା ଅଭିଯୋଗ ସେ କରିଛନ୍ତି। ଯେଉଁଠାରେ କଂଗ୍ରେସ ଦଳ ପକ୍ଷରୁ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇ ନାହିଁ ସେହି ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକଙ୍କୁ ଟିକଟ ଦେବାକୁ ଶିବକୁମାର ଉଦ୍ୟମ କରୁଥିବା ସେ ଅଭିଯୋଗ କରିଛନ୍ତି।

ଭାଜପା ପ୍ରାର୍ଥୀଙ୍କ ତାଲିକା ସମ୍ପର୍କରେ ଏକ ବଡ଼ ଘୋଷଣା ମଧ୍ୟ ସେ କରିଛନ୍ତି। ରାଜ୍ୟ ବିଧାନସଭା ନିର୍ବାଚନ ପ୍ରସଙ୍ଗରେ ଏପ୍ରିଲ ପ୍ରଥମ ସପ୍ତାହରେ ଭାଜପା ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିବ।

ଖବରଦାତାଙ୍କ ସହ କଥାବାର୍ତ୍ତା କରି ବୋମ୍ମାଇ କହିଛନ୍ତି, ଶିବକୁମାର ଗତ ଦୁଇ ତିନି ଦିନ ଧରି ଆମ ବିଧାୟକମାନଙ୍କୁ ପ୍ରଲୋଭନ ଦେଖାଉଛନ୍ତି। ୧୦୦ ଟି ନିର୍ବାଚନମଣ୍ଡଳୀରେ ଟିକଟ ଦେବାକୁ କଂଗ୍ରେସ ପଦାଧିକାରୀମାନେ ଆମ ବିଧାୟକମାନଙ୍କୁ ଡାକୁଛନ୍ତି। ଯଦି ଭାଜପା ବିଧାୟକମାନେ କଂଗ୍ରେସରେ ଯୋଗ ଦିଅନ୍ତି ତେବେ ସେମାନଙ୍କୁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଦିଆଯାଇ ନ ଥିବା ନିର୍ବାଚନମଣ୍ଡଳୀରୁ ଟିକଟ ଦିଆଯିବ।

ଉଲ୍ଲେଖନୀୟ କଥା ହେଉଛି, କର୍ନାଟକରେ ସମୁଦାୟ ୨୨୪ ବିଧାନସଭା ନିର୍ବାଚନମଣ୍ଡଳୀ ଅଛି । ମାର୍ଚ୍ଚ ୨୫ ରେ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ୧୨୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଥିଲା। ବାକି ୧୦୦ଟି ସିଟ ପାଇଁ ପ୍ରାର୍ଥୀ ତାଲିକା ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ। ଭାଜପା ଏପର୍ଯ୍ୟନ୍ତ ନିଜ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିନାହିଁ। ଉଭୟ କଂଗ୍ରେସ ଏବଂ ଭାଜପା ରାଜ୍ୟରେ ୧୫୦ ଆସନ ଜିତିବାର ଲକ୍ଷ୍ୟ ରଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri